ଆଶା କର୍ମୀମାନଙ୍କ ମାସିକ ପାରିଶ୍ରମିକ ଓ ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ବୃଦ୍ଧି
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶା କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶାକର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶା କର୍ମୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ। ସୂଚନାଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶା କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶାକର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶା କର୍ମୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ।
ସୂଚନାଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ଆଶା କର୍ମୀ ତଥା ସେମାନଙ୍କ ସଙ୍ଗଠନଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।
ଏହି ନୂତନ ଘୋଷଣା ଅନୁଯାୟୀ, ଆଶା କର୍ମୀମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ । ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ ।
ସୂଚନାଯୋଗ୍ୟ ଯେ, ଆଶା କର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି। ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି। ଏହା ସହିତ ଟୀକାକରଣ ଓ ଇନଷ୍ଟିଚ୍ୟୁସନାଲ ଡେଲିଭରି କ୍ଷେତ୍ରରେ ମଧ୍ୟ ଆଶା କର୍ମୀମାନେ ଗୁରୁ ଦାୟିତ୍ୱ ବହନ କରିଆସୁଛନ୍ତି।
ଧାରା ୩୭୦ ଉଚ୍ଛେଦ ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆଜି ପ୍ରଥମ କାଶ୍ମୀର ଗସ୍ତ
Next Articleଇଡିର ଦ୍ୱିତୀୟ ଅଭିଯୋଗ ପରେ କେଜ୍ରିୱାଲଙ୍କୁ ପୁଣି କୋର୍ଟ ସମନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
