କୁଲଦୀପ-ଅଶ୍ବିନଙ୍କ କମାଲ: ଇଂଲଣ୍ଡ ୨୧୮ରେ ଆଉଟ୍
ଧର୍ମଶାଳା: ଗୁରୁବାର ଠାରୁ ଆରମ୍ଭ ହୋଇଥିବା ପଞ୍ଚମ ଟେଷ୍ଟରେ ଇଂଲଣ୍ଡ ପ୍ରଥମ ଇନିଂସରେ ମାତ୍ର ୨୧୮ରେ ଅଲ୍ଆଉଟ୍ ହୋଇଯାଇଛି । ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିଲା । ହେଲେ ଇଂଲଣ୍ଡ ଦଳ କୁଲଦୀପ ଯାଦବ ଓ ରବିଚନ୍ଦ୍ରନ ଅଶ୍ୱିନଙ୍କ ସ୍ପିନ୍ ଜାଲରେ ଫସି ଯାଇଥିଲା । ସମସ୍ତ ୧୦ ଓ୍ବିକେଟ୍ ସ୍ପିନର ନେଇଥିଲେ । ଭାରତ ପକ୍ଷରୁ କୁଲଦୀପ ଯାଦବ ୫ଟି ୱିକେଟ୍ ନେଇଥିବା ବେଳେ କ୍ୟାରିୟରର ୧୦୦ ତମ ଟେଷ୍ଟ ଖେଳୁଥିବା ଅଶ୍ୱିନ [...]
ଧର୍ମଶାଳା: ଗୁରୁବାର ଠାରୁ ଆରମ୍ଭ ହୋଇଥିବା ପଞ୍ଚମ ଟେଷ୍ଟରେ ଇଂଲଣ୍ଡ ପ୍ରଥମ ଇନିଂସରେ ମାତ୍ର ୨୧୮ରେ ଅଲ୍ଆଉଟ୍ ହୋଇଯାଇଛି । ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିଲା । ହେଲେ ଇଂଲଣ୍ଡ ଦଳ କୁଲଦୀପ ଯାଦବ ଓ ରବିଚନ୍ଦ୍ରନ ଅଶ୍ୱିନଙ୍କ ସ୍ପିନ୍ ଜାଲରେ ଫସି ଯାଇଥିଲା । ସମସ୍ତ ୧୦ ଓ୍ବିକେଟ୍ ସ୍ପିନର ନେଇଥିଲେ ।
ଭାରତ ପକ୍ଷରୁ କୁଲଦୀପ ଯାଦବ ୫ଟି ୱିକେଟ୍ ନେଇଥିବା ବେଳେ କ୍ୟାରିୟରର ୧୦୦ ତମ ଟେଷ୍ଟ ଖେଳୁଥିବା ଅଶ୍ୱିନ ୪ଟି ୱିକେଟ୍ ହାତେଇ ଥିଲେ । ଆଉ ଗୋଟିଏ ୱିକେଟ୍ ରବିନ୍ଦ୍ର ଜାଡେଜା ନେଇଥିଲେ ।
ଇଂଲଣ୍ଡ ତା’ର ଶେଷ ୭ ଓ୍ବିକେଟ୍ ମାତ୍ର ୪୩ ରନରେ ହରାଇଥିଲା । ଇଂଲଣ୍ଡ ପକ୍ଷରୁ କେବଳ ଜ୍ୟାକ୍ କ୍ରଲି ୫୦ ଟପିଥିଲେ । ସେ ସର୍ବାଧିକ ୭୯ ରନ୍ କରିଥିଲେ ।
ଏହି ମ୍ୟାଚ୍ ପାଇଁ ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଛି । ଆକାଶଦୀପଙ୍କ ସ୍ଥାନରେ ଯସପ୍ରୀତ ବୁମରା ଫେରିଥିବା ବେଳେ ଦେବଦତ୍ତ ପାଡିକ୍କଲ ଡେବ୍ୟୁ କରୁଛନ୍ତି। ରଜତ ପାଟିଦାରଙ୍କ ସ୍ଥାନରେ ପାଡିକ୍କଲ ସୁଯୋଗ ପାଇଛନ୍ତି। ଭାରତୀୟ ସ୍ପିନର ଅଶ୍ବିନଙ୍କ ବ୍ୟତୀତ ଇଂଲଣ୍ଡ ବ୍ୟାଟର ଜନି ବେୟାରଷ୍ଟୋ ମଧ୍ୟ କ୍ୟାରିୟରର ୧୦୦ତମ ଟେଷ୍ଟ ଖେଳୁଛନ୍ତି।
Arabinda Mohapatra Takes Blessings of BJD Supremo Naveen Patnaik
Next ArticleCM Announces Hike in Remuneration of Outsourcing Employees by 25 Per cent
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
