ମିଶନ ଶକ୍ତି ଗ୍ରାମୀଣ ଶିଳ୍ପ ଉଦ୍ୟାନ ପରିଚାଳନା ପ୍ରଶିକ୍ଷଣ କାର୍ଯ୍ୟକ୍ରମ, ସ୍ଥାନୀୟ ବଜାର ଚାହିଦାକୁ ଦେଖି ସାମଗ୍ରୀ ପ୍ରସ୍ତୁତ ନେଇ ଗୁରୁତ୍ୱାରୋପ
ଭୁବନେଶ୍ୱର -ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ଦ୍ୱାରା ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମିଶନ ଶକ୍ତି ଗ୍ରାମୀଣ ଶିଳ୍ପ ଉଦ୍ୟାନ ପରିଚାଳନା ସମ୍ପର୍କିତ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମକୁ ଓରମାସର ନିର୍ଦ୍ଦେଶିକା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଗୁହା ପୁନମ ତାପସ କୁମାର ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୫ଟି ଜିଲ୍ଲାରେ ପ୍ରତିଷ୍ଠା କରାଯାଇଥିବା ୫୬ଟି ମିଶନ ଶକ୍ତି [...]
ଭୁବନେଶ୍ୱର -ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ଦ୍ୱାରା ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମିଶନ ଶକ୍ତି ଗ୍ରାମୀଣ ଶିଳ୍ପ ଉଦ୍ୟାନ ପରିଚାଳନା ସମ୍ପର୍କିତ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମକୁ ଓରମାସର ନିର୍ଦ୍ଦେଶିକା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଗୁହା ପୁନମ ତାପସ କୁମାର ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୫ଟି ଜିଲ୍ଲାରେ ପ୍ରତିଷ୍ଠା କରାଯାଇଥିବା ୫୬ଟି ମିଶନ ଶକ୍ତି ଗ୍ରାମୀଣ ଶିଳ୍ପ ଉଦ୍ୟାନର ପରିଚାଳନା ଆଦି ଦାୟିତ୍ୱରେ ଥିବା କୃଷକ ଉତ୍ପାଦକ ସଂଗଠନ, ଉତ୍ପାଦକ ଗୋଷ୍ଠୀ, ଉତ୍ପାଦକ କମ୍ପାନି ଏବଂ ଉତ୍ପାଦକ ଉଦ୍ୟୋଗର ସଦସ୍ୟାମାନେ ଯୋଗଦେଇଥିଲେ । ଏଥିରେ ସେମାନଙ୍କୁ ମିଶନ ଶକ୍ତି ଗ୍ରାମୀଣ ଶିଳ୍ପ ଉଦ୍ୟାନ ସମ୍ପର୍କିତ ସବିଶେଷ ତଥ୍ୟ ପ୍ରଦାନ ସହ ଏହାର ସଠିକ ପରିଚାଳନା ଏବଂ ସାମଗ୍ରୀ ପ୍ରସ୍ତୁତି ଆଦିରେ ସେମାନଙ୍କ ଦକ୍ଷତା ବିକାଶ ସମ୍ପର୍କିତ ତାଲିମ ପ୍ରଦାନ କରାଯାଇଥିଲା । ଏହି କ୍ରମରେ ପୂର୍ବରୁ ଓରମାସ ସହିତ ବୁଝାମଣାପତ୍ର ସ୍ୱାକ୍ଷର କରିଥିବା ଭାରତର ବିଭିନ୍ନ ପ୍ରତିଷ୍ଠିତ ସଂସ୍ଥା ଯଥା, ଭାରତୀୟ ମକା ଗବେଷଣା ପ୍ରତିଷ୍ଠାନ, ଉଷା କମ୍ପାନି, ସିମାପ ଆଦି ସହ ସିପେଟ, ଓ.ୟୁ.ଏ.ଟି, ସିଡାକ୍ ର ବିଶେଷଜ୍ଞ ଏବଂ ଜିଲ୍ଲାସ୍ତରୀୟ ଉଦ୍ୟାନ ବିଭାଗ ଅଧିକାରୀ, କୃଷି ବିଜ୍ଞାନ କେନ୍ଦ୍ର ଅଧିକାରୀ, ଜିଲ୍ଲା ଶିଳ୍ପ କେନ୍ଦ୍ର ଅଧିକାରୀ ସଦସ୍ୟାମାନଙ୍କୁ ତାଲିମ ପ୍ରଦାନ ସହ ବିଭିନ୍ନ ପରାମର୍ଶ ଦେଇଥିଲେ ।
କାର୍ଯ୍ୟକ୍ରମର ଉଦଯାପନୀ ଦିବସରେ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ମୁଖ୍ୟ ଶାସନ ସଚିବ ସୁଶୀଲ କୁମାର ଲୋହାନି ଯୋଗଦେଇ କହିଥିଲେ ଯେ, ମିଶନ ଶକ୍ତି ଗ୍ରାମୀଣ ଶିଳ୍ପ ଉଦ୍ୟାନ ପରିଚାଳନା ଦାୟିତ୍ୱରେ ଥିବା ମାଆମାନେ, ବଜାର ଚାହିଦା ମୁଖ୍ୟତଃ ସ୍ଥାନୀୟ ଗ୍ରାହକଙ୍କ ଚାହିଦାକୁ ଦେଖି ସାମଗ୍ରୀ ପ୍ରସ୍ତୁତ କରିବା ଜରୁରୀ । ଯାହା କି ଆଗାମୀ ଦିନରେ ସେମାନଙ୍କ ଉତ୍ପାଦର ଭଲ ମୂଲ୍ୟ ଦେଇପାରିବ । ଏଥିସହ କେବଳ ଉତ୍ପାଦ ମାର୍କେଟିଂ ନୁହେଁ, ସାମଗ୍ରୀ ପ୍ରସ୍ତୁତ କରିବା ଦିଗରେ ମଧ୍ୟ ମାଆମାନେ ସେମାନଙ୍କ ଦକ୍ଷତା ବିକାଶ ପ୍ରତି ଧ୍ୟାନ ଦେବା ଆବଶ୍ୟକ ବୋଲି କହିଥିଲେ । ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ଓରମାସ ଅଧିକାରୀ ଯୋଗଦେଇଥିଲେ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପ୍ରତିଷ୍ଠା କରାଯାଇଥିବା ୫୬ଟି ମିଶନ ଶକ୍ତି ଗ୍ରାମୀଣ ଶିଳ୍ପ ଉଦ୍ୟାନରେ ଖାଦ୍ୟ ପ୍ରକ୍ରିୟାକରଣ, ନିର୍ମାଣ, ସେବା, ଦକ୍ଷତା ବିକାଶ ଏବଂ ସମନ୍ୱିତ ଚାଷ ଆଦି ୫ଟି ସେକ୍ଟରରେ ୧୫୦ରୁ ଅଧିକ ବଜାର ନେତୃତ୍ୱ ଆଜୀବିକା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।
ଧରାକୋଟ: ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର
Next Articleକଂଗ୍ରେସ ଜାରି କଲା ୩୯ ପ୍ରାର୍ଥୀଙ୍କ ପ୍ରଥମ ତାଲିକା, ୱାୟନାଡରୁ ଲଢ଼ିବେ ରାହୁଲ ଗାନ୍ଧୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
