ସମ୍ବଲପୁର ଓ ବ୍ରହ୍ମପୁରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଆଗକୁ ସବୁ ସହରରେ ମୋ ବସ୍ ସୁବିଧା ମିଳିବା ନେଇ ଘୋଷଣା
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ , ଉଭୟ ସହରରେ ଆଜି ୧୫ଟି ଲେଖାଏଁ ବସ୍ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍.କେ.ସି.ଜି ମେଡିକାଲ କଲେଜ- ଇଂଜିନିୟରିଂ ସ୍କୁଲ-ରେଲୱେ ଷ୍ଟେସନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍ ଚଳାଚଳ କରିବ। ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କରିଛନ୍ତି।
ସୂଚନାଯୋଗ୍ୟ ଯେ , ଉଭୟ ସହରରେ ଆଜି ୧୫ଟି ଲେଖାଏଁ ବସ୍ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍.କେ.ସି.ଜି ମେଡିକାଲ କଲେଜ- ଇଂଜିନିୟରିଂ ସ୍କୁଲ-ରେଲୱେ ଷ୍ଟେସନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍ ଚଳାଚଳ କରିବ।
ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର। ୫-ଟି ଉପକ୍ରମରେ ସାରା ରାଜ୍ୟରେ ଗାଁରୁ ସହର ସବୁଆଡେ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆସିଛି। ମୋ ବସ୍ ଠାରୁ ଆରମ୍ଭ କରି ଲକ୍ଷ୍ମୀ ଯୋଜନା ଓ ମେଟ୍ରୋ ରେଳ ଯୋଜନା ନୂଆ ଓଡିଶା ଦିଗରେ ଆମର ଉଦ୍ୟମକୁ ଶକ୍ତିଶାଳୀ କରୁଛି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଆଜି ଆପଣଙ୍କ ସହରରେ ମୋ ବସ୍ ସେବା ଆରମ୍ଭ ହେଲା । ଏହାଦ୍ୱାରା ଆପଣମାନେ ସହର ଭିତରେ ଏବଂ ଆଖପାଖ ଅଞ୍ଚଳକୁ ସୁବିଧାରେ ଏବଂ କମ୍ ଖର୍ଚ୍ଚରେ ଯିବାଆସିବା କରି ପାରିବେ। ମୋ ବସ୍ ପାଇଁ ଉଭୟ କ୍ୟାସ୍ ଓ ଡିଜିଟାଲ ମୋଡ୍ରେ ପେମେଣ୍ଟ ବ୍ୟବସ୍ଥା ସହିତ ‘ମୋ ବସ୍ କାର୍ଡ ଟ୍ୟାପ ଆଣ୍ଡ ପେ’ ସୁବିଧା କରାଯାଇଛି ବୋଲି କହି ଏଥିରେ ଯାତ୍ରୀମାନଙ୍କର ସୁରକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ମଧ୍ୟ ସେ କହିଥିଲେ।
ସମ୍ବଲପୁର ମୋ ବସ୍ ଗୁଡିକରେ ୯୦ ପ୍ରତିଶତ କଣ୍ଡକ୍ଟର ଭାବେ ମା’ମାନଙ୍କୁ ନିଯୁକ୍ତି ଦିଆଯାଇଛି ଏବଂ କମ୍ ଖର୍ଚ୍ଚରେ ନିରାପଦ ଯାତ୍ରା ଯୋଗାଇଦେବା ମୋ ବସ ସେବାର ଲକ୍ଷ୍ୟ ବୋଲି ସେ କହିଥିଲେ। ଆଗକୁ ରାଜ୍ୟର ସବୁ ସହରରେ ମୋ ବସ୍ ସେବା ସୁବିଧା ମିଳିବ ବୋଲି ସେ ଘୋଷଣା କରିଥିଲେ।
କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମରେ ସମ୍ବଲପୁରରେ ବିଧାୟକ ରୋହିତ ପୂଜାରୀ ଯୋଗ ଦେଇ କହିଲେ ଯେ ଗ୍ରାମାଞ୍ଚଳରେ ଲକ୍ଷ୍ମୀ ବସ୍ ଭଳି ଏହି ମୋ ବସ୍ ସେବା ନିଶ୍ଚିତ ଭାବେ ସହରାଞ୍ଚଳ ଗମନାଗମନ ବ୍ୟବସ୍ଥାରେ ସୁବିଧା ଆଣିବ। ଆଜି ବିକାଶର ଧାରା ସମ୍ବଲପୁର ଜିଲ୍ଲାରେ ଜାରି ରହିଛି। ଏଥିପାଇଁ ଜିଲ୍ଲାବାସୀ ବହୁତ ଖୁସି। ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଜିଲ୍ଲାବାସୀଙ୍କ ତରଫରୁ ସେ ଧନ୍ୟବାଦ ଜଣାଇଥିଲେ।
ସେହିଭଳି ବ୍ରହ୍ମପୁରରେ ବିଧାୟକ ବିକ୍ରମ କୁମାର ପଣ୍ଡା ଯୋଗଦେଇ କହିଲେ ଯେ ବ୍ରହ୍ମପୁର ସହରରେ ପିଇବା ପାଣି ଠାରୁ ଆରମ୍ଭ କରି ଗମନାଗମନ ପାଇଁ ମୋ ବସ୍ ପର୍ଯ୍ୟନ୍ତ ସମସ୍ତ ସୁବିଧା ମୁଖ୍ୟମନ୍ତ୍ରୀ ସହରବାସୀଙ୍କୁ ଯୋଗାଇ ଦେଇଛନ୍ତି। ସମାଜର ସମସ୍ତ ବର୍ଗର ଲୋକଙ୍କ କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ରହିଛି। ଏହି ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତାଧାରା ଯୋଗୁ ମୁଖ୍ୟମନ୍ତ୍ରୀ ଆଜି ବିଶ୍ୱ ଦରବାରରେ ଓଡିଶାକୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଛନ୍ତି।
କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି. ମାଥି ଭାଥାନନ୍ ଉପସ୍ଥିତ ଥିଲେ।
କାର୍ଯ୍ୟକ୍ରମରେ ସମ୍ବଲପୁରଠାରେ ଉପସ୍ଥିତ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ -ସିଆରୟୁଟିର ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା ସ୍ୱାଗତ ଭାଷଣ ଦେଇଥିଲେ।
୧୦୦ତମ ମ୍ୟାଚରେ ଚମକିଲେ ଅଶ୍ବିନ, ଧର୍ମଶାଳା ଟେଷ୍ଟରେ ଇନିଂସ୍ ବିଜୟ ସହ ୪-୧ରେ ସିରିଜ୍ ଜିତିଲା ଭାରତ
Next ArticleJoin the Movement for a New, Empowered Odisha: CM to 1294 New Appointees
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
