ଆଜିଠୁ ତିନିଦିନ ପ୍ରବଳ ତାତି
ଭୁବନେଶ୍ୱର – ଆଜିଠୁ ତିନି ଦିନ ରାଜ୍ୟରେ ଖରା ତାତି ବଢିବ । ଉପାନ୍ତରୁ ଉପକୂଳ ସବୁଠି ପାରଦ ଉପରମୁହାଁ ହେବ। ଦିନର ତାପମାତ୍ରା ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜଧାନୀ ଭୁବନେଶ୍ଵର ଓ କଟକ ସମେତ ବଲାଙ୍ଗୀର, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ନୟାଗଡ ଆଦି ଜିଲ୍ଲାରେ [...]
ଭୁବନେଶ୍ୱର – ଆଜିଠୁ ତିନି ଦିନ ରାଜ୍ୟରେ ଖରା ତାତି ବଢିବ । ଉପାନ୍ତରୁ ଉପକୂଳ ସବୁଠି ପାରଦ ଉପରମୁହାଁ ହେବ। ଦିନର ତାପମାତ୍ରା ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜଧାନୀ ଭୁବନେଶ୍ଵର ଓ କଟକ ସମେତ ବଲାଙ୍ଗୀର, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ନୟାଗଡ ଆଦି ଜିଲ୍ଲାରେ ତାପମାତ୍ରା ୩୮ ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ଛୁଇଁବା ସମ୍ଭାବନା ରହିଛି । ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଉଥିବାରୁ ରାଜ୍ୟରେ ଏଭଳି ସ୍ଥିତି ଦେଖାଦେବ ବୋଲି ପାଣିପାଗ କେନ୍ଦ୍ର କହିଛି । ଆସନ୍ତା ୧୪ ତାରିଖ ବେଳକୁ ରାଜ୍ୟରେ ପୁଣି ବର୍ଷା ହୋଇପାରେ । ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ଯାଜପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏହି ବର୍ଷା ୧୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ବାକି ଓଡ଼ିଶାରେ ପାଗ ଶୁଖିଲା ରହିବ । ୧୬ ତାରିଖ ପରେ ପୁଣି ଫେରିବ ତାତି ।
୯୬ତମ ଓସ୍କାର ପୁରସ୍କାରରେ ବାଜି ମାରିଲା ‘ଓପେନହାଇମର’, ଶ୍ରେଷ୍ଠ ଫିଲ୍ମ ଓ ନିର୍ଦ୍ଦେଶନା ସହ ଜିତିଲା ୭ଟି ପୁରସ୍କାର
Next Articleନୂଆ ଆଇନ ଅନୁଯାୟୀ ନିର୍ବାଚନ କମିଶନରଙ୍କ ନିଯୁକ୍ତି ରୋକିବା ପାଇଁ ସୁପ୍ରିମକୋର୍ଟରେ ପିଟିସନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
