ଶ୍ରୀମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ସବୁ କଲ୍ୟାଣ ଯୋଜନା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟକାରୀ କରାଯାଉଛି। ସୂଚନାଯୋଗ୍ୟ ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା [...]
ଭୁବନେଶ୍ବର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ସବୁ କଲ୍ୟାଣ ଯୋଜନା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟକାରୀ କରାଯାଉଛି।
ସୂଚନାଯୋଗ୍ୟ ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପାଇଁ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଅନେକ ଥର ପୁରୀ ଗସ୍ତ କରିଛନ୍ତି । ଏହି ଅବସରରେ ସେବାୟତମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତାଙ୍କୁ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ସେବାୟତମାନଙ୍କ କଲ୍ୟାଣ ପାଇଁ ଏହି ନିଷ୍ପତ୍ତି ନେଇଛନ୍ତି।
ଘୋଷଣା ଅନୁଯାୟୀ ଶ୍ରୀ ଜଗନ୍ନାଥଙ୍କ ସେବାୟତ ଓ ତାଙ୍କ ପରିବାର ପାଇଁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶି ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବ।
ସେହିଭଳି ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା କୋଚିଂ ବ୍ୟବସ୍ଥା ବାବଦରେ ବର୍ଷକୁ ୫୦ ହଜାର ଟଙ୍କା ହିସାବରେ ସର୍ବାଧିକ ୩ ଥର ସହାୟତା ଯୋଗାଇ ଦିଆଯିବ।
ସେବାୟତମାନଙ୍କୁ ଦିଆଯାଉଥିବା ବିଭିନ୍ନ ବର୍ଦ୍ଧିତ ଭତ୍ତା, ସ୍ୱାସ୍ଥ୍ୟ ବୀମା ରାଶି, କୋଚିଂ ସହାୟତା ଓ ଅନ୍ୟାନ୍ୟ ସହାୟତା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ୧୦.୮୫ କୋଟି ଯୋଗାଇ ଦେଇଛନ୍ତି।
ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
Next Articleବ୍ରହ୍ମପୁରରେ କେନ୍ଦ୍ରୀୟ ସୁରକ୍ଷା ବଳ ସହ ପୋଲିସ ଫ୍ଲାଗ ମାର୍ଚ୍ଚ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
