News Room Odisha
BREAKING
Odia

ଭଞ୍ଜନଗର ହେଲା ମ୍ୟୁନିସିପାଲଟି, ଆଉ ୨୨ଟି ନୂଆ ଏନ୍ଏସି ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂଆ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଏନଏସି କୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର [...]

Admin•March 13, 2024
Share Article:

ଭୁବନେଶ୍ବର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂଆ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଏନଏସି କୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ
ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର , ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦର
ମାନ୍ୟତା ପ୍ରଦାନ କରାଯାଇଛି ।

୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।
ସୂଚନାଯୋଗ୍ୟ ଯେ, ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଗତମାସରେ ମୁଖ୍ୟମନ୍ତ୍ରୀ ୩୫ଟି ନୂଆ ଏନ୍ଏସି ଓ ୫ଟି ନୂଆ ମ୍ୟୁନିସିପାଲଟି ଗଠନ ବିଷୟ ଘୋଷଣା କରିଥିଲେ ।

#Odia#Odisha#News
Share Article:

Related Articles