ମହାନଗର ନିଗମ, ମ୍ୟୁନିସିପାଲିଟି, ଏନଏସିର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଭତ୍ତା ଓ ପାରିତୋଷିକ ବୃଦ୍ଧି
ଭୁବନେଶ୍ବର – ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି। ମହାନଗର ନିଗମମାନଙ୍କର [...]
ଭୁବନେଶ୍ବର – ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି।
ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ ୧୫ ହଜାର ଟଙ୍କାକୁ, ଉପଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନଏସି ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭,୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନଏସି କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍ ବ୍ୟତୀତ ମହାନଗର ନିଗମର ଷ୍ଟାଣ୍ଡିଂ କମିଟିର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ।
ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି। ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ।
ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନଏସିରେ ୧୬୯୬ କାଉନସିଲର ଏବଂ ମହାନଗର ନିଗମରେ ୨୪୪ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି।
ନିର୍ବାଚନ କମିଶନର ନିଯୁକ୍ତି ମାମଲା: ମାର୍ଚ୍ଚ ୧୫ରେ ସୁପ୍ରିମକୋର୍ଟରେ ଶୁଣାଣି
Next ArticleOdisha Govt Hikes Remuneration and Allowances of Mayors, Deputy Mayors, Other Civic Body Representatives
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
