ପେଟ୍ରୋଲ, ଡିଜେଲ ଦର ୨ ଟଙ୍କା କମିଲା
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ କରିଛନ୍ତିି । ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୨ ଟଙ୍କା କମିଛି। ନୂଆ ଦର ଶୁକ୍ରବାର (ମାର୍ଚ୍ଚ ୧୫) ସକାଳ ୬ଟାରୁ ଲାଗୁ ହେବ। ଶେଷଥର ୨୧ ମେ ୨୦୨୨ରେ ପେଟ୍ରୋଲ-ଡିଜେଲ ଦର ହ୍ରାସ କରିଥିଲେ ସରକାର । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ପୁରୀ ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, [...]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ କରିଛନ୍ତିି । ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୨ ଟଙ୍କା କମିଛି। ନୂଆ ଦର ଶୁକ୍ରବାର (ମାର୍ଚ୍ଚ ୧୫) ସକାଳ ୬ଟାରୁ ଲାଗୁ ହେବ। ଶେଷଥର ୨୧ ମେ ୨୦୨୨ରେ ପେଟ୍ରୋଲ-ଡିଜେଲ ଦର ହ୍ରାସ କରିଥିଲେ ସରକାର ।
ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ପୁରୀ ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ପେଟ୍ରୋଲ ଓ ଡିଜେଲ ଦର ୨ ଟଙ୍କା ହ୍ରାସ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ପ୍ରମାଣ କରିଛନ୍ତି ଯେ କୋଟି କୋଟି ଭାରତୀୟ ପରିବାରର କଲ୍ୟାଣ ଓ ସୁବିଧା ତାଙ୍କ ଲକ୍ଷ୍ୟ।
ଲୋକସଭା ନିର୍ବାଚନ ପୂର୍ବରୁ ପେଟ୍ରୋଲ ଏବଂ ଡିଜେଲ ୨ ଟଙ୍କା ଶସ୍ତା ହୋଇଛି। ଏହା ପୂର୍ବରୁ ଆଜି ରାଜସ୍ଥାନ ସରକାର ମଧ୍ୟ ନିଜ ରାଜ୍ୟରେ ଡିଜେଲ ଏବଂ ପେଟ୍ରୋଲ ଉପରେ ଭାଟ୍ ୨ ପ୍ରତିଶତ ହ୍ରାସ କରିଥିଲେ ।
ମୋଦୀ ସରକାର ୨୦୧୪ ଠାରୁ ଏଯାବତ୍ ୧୩ ଥର ପେଟ୍ରୋଲ-ଡିଜେଲ ଦର ବଢ଼ାଇଥିବା ବେଳେ ୬ ଥର ମୂଲ୍ୟ ହ୍ରାସ କରିଛନ୍ତିି ।
Naveen Wishes Speedy Recovery to CM Mamata Banerjee
Next ArticleOdishan Tribal Painting Exhibition Inaugurated at Dubai
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
