News Room Odisha
BREAKING
Odia

ଭୁବନେଶ୍ୱର ଏୟାରଲିଫ୍ଟ ହେଲେ ପ୍ରସନ୍ନ ଆଚାର୍ଯ୍ୟ

ସମ୍ବଲପୁର – ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିଫ୍ଟ କରାଯାଇ ଭୁବନେଶ୍ୱର ଅଣାଯାଇଛି । ତାଙ୍କୁ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ସମ୍ବଲପୁରରୁ ଜମାଦାରପାଲ୍ଲି ଏୟାରଷ୍ଟ୍ରିପକୁ ଅଣାଯାଇ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଛି। ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁହଁରେ ଗଭୀର ଆଘାତ ଲାଗିଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଭୁବନେଶ୍ୱରରୁ ବରଗଡ଼ ଫେରୁଥିବାବେଳେ ରେଢାଖୋଲ ବେଲଡିହି ନିକଟରେ [...]

Admin•March 15, 2024
Share Article:

ସମ୍ବଲପୁର – ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିଫ୍ଟ କରାଯାଇ ଭୁବନେଶ୍ୱର ଅଣାଯାଇଛି । ତାଙ୍କୁ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ସମ୍ବଲପୁରରୁ ଜମାଦାରପାଲ୍ଲି ଏୟାରଷ୍ଟ୍ରିପକୁ ଅଣାଯାଇ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଛି। ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁହଁରେ ଗଭୀର ଆଘାତ ଲାଗିଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।

ଭୁବନେଶ୍ୱରରୁ ବରଗଡ଼ ଫେରୁଥିବାବେଳେ ରେଢାଖୋଲ ବେଲଡିହି ନିକଟରେ ଏକ ଟ୍ୟାଙ୍କର ତାଙ୍କ କାରକୁ ଧକ୍କା ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ରେଢାଖୋଲ ଓ ପରେ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପିଏସଓ ଓ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି।

#Odia#Odisha#News
Share Article:

Related Articles