ଓଡ଼ିଶାରେ ୩ କୋଟି ୩୪ ଲକ୍ଷରୁ ଅଧିକ ଭୋଟର ସାବ୍ୟସ୍ତ କରିବେ ମତାଧିକାର
ଭୁବନେଶ୍ବର – ବାଜିଛି ନିର୍ବାଚନ ବିଗୁଲ । ଲୋକସଭା ନିର୍ବାଚନ ସହ ଚାରିଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଓଡ଼ିଶାରେ ଚାରିଟି ପର୍ଯ୍ୟାୟରେ ହେବ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ହେବ । ଆଜି ଭୁବନେଶ୍ୱରରେ ରାଜ୍ଯ ମୁଖ୍ଯ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଓଡ଼ିଶାରେ ନିର୍ବାଚନ ପ୍ରସ୍ତୁତି ନେଇ ବିସ୍ତୃତ ସୂଚନା ଦିଆଯାଇଛି । ଓଡ଼ିଶାର ମୋଟ ୨୧ ଲୋକସଭା ଆସନ [...]
ଭୁବନେଶ୍ବର – ବାଜିଛି ନିର୍ବାଚନ ବିଗୁଲ । ଲୋକସଭା ନିର୍ବାଚନ ସହ ଚାରିଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଓଡ଼ିଶାରେ ଚାରିଟି ପର୍ଯ୍ୟାୟରେ ହେବ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ହେବ । ଆଜି ଭୁବନେଶ୍ୱରରେ ରାଜ୍ଯ ମୁଖ୍ଯ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଓଡ଼ିଶାରେ ନିର୍ବାଚନ ପ୍ରସ୍ତୁତି ନେଇ ବିସ୍ତୃତ ସୂଚନା ଦିଆଯାଇଛି ।
ଓଡ଼ିଶାର ମୋଟ ୨୧ ଲୋକସଭା ଆସନ ମଧ୍ୟରୁ ଅନୁସୂଚିତ ଜାତି ପାଇଁ ୩ ଓ ଜନଜାତିଙ୍କ ପାଇଁ ୫ ଆସନ ସଂରକ୍ଷିତ ରହିଛି । ମୋଟ ୧୪୭ ବିଧାନସଭା ଆସନରୁ ଅନୁସୂଚିତ ଜାତିଙ୍କ ପାଇଁ ୨୪ ଓ ଜନଜାତିଙ୍କ ପାଇଁ ୩୩ ଆସନ ସଂରକ୍ଷିତ ।
ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା ପାଇଁ ୩୦ଠି ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ନିଯୁକ୍ତ କରାଯିବ । ୨୧ ଜଣ ରିଟର୍ଣ୍ଣିଂ ଅଫିସର(ବିଧାନସଭା),୧୩୧ ଜଣ ରିଟର୍ଣ୍ଣିଂ ଅଫିସର(ବିଧାନସଭା) ଙ୍କୁ ନିଯୁକ୍ତ କରାଯାଇ ତାଲିମ ଦିଆଯାଇଛି। ୨୯୪ ଜଣ ସହକାରୀ ରିଟର୍ଣ୍ଣିଂ ଅଫିସର (ବିଧାନସଭା) ନିଯୁକ୍ତ ହୋଇଛନ୍ତି । ବିଭିନ୍ନ ବୁଥରେ ନିୟୋଜିତ ହେବାକୁ ଥିବା ପ୍ରାୟ ୨.୭୦ ଲକ୍ଷ ମତଦାନ କର୍ମଚାରୀଙ୍କୁ ତାଲିମ ଦିଆଯାଇଛି। ପ୍ରତି ମତଦାନ କେନ୍ଦ୍ରରେ ଜଣେ ପ୍ରିଜାଇଡିଂ ଅଫିସର ଓ ୫ଜଣ ଲେଖାଏଁ ପୋଲିଂ ଅଫିସର ରହିବେ ।
ମତଦାନ କେନ୍ଦ୍ରରେ ଭୋଟର ପରିଚୟ ପତ୍ର ଦେଖାଇବେ । ଆଧାରକାର୍ଡ, ପାନକାର୍ଡ, ସ୍ବତନ୍ତ୍ର ଭିନ୍ନକ୍ଷମ ପରିଚୟପତ୍ର, ଡ୍ରାଇଭିଂ ଲାଇସେନ୍ସ, ପାସପୋର୍ଟ, ମନରେଗା କାର୍ଡ ଆଦି ମଧ୍ୟରୁ ଯେ କୈାଣସି ଗୋଟିଏ ଦେଖାଇ ଭୋଟ୍ ଦେଇପାରିବେ ।
ଓଡ଼ିଶାରେ ଭୋଟରଙ୍କ ସଂଖ୍ଯା ୩ କୋଟି ୩୪ ଲକ୍ଷ ୭୩ ହଜାର ୫୬୧ ରହିଛି । ଏଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ଯା ୧ କୋଟି ୬୯ ଲକ୍ଷ ୫୫ ହଜାର ୩୬୯ ରହିଥିବା ବେଳେ ମହିଳା ଭୋଟରଙ୍କ ସଂଖ୍ଯା ହେଉଛି ୧ କୋଟି ୬୫ ଲକ୍ଷ ୧୪ ହଜାର ୭୫୪ । ତୃତୀୟ ଲିଙ୍ଗୀ ଭୋଟରଙ୍କ ସଂଖ୍ଯା ୩ ହଜାର ୪୩୮ ଥିବା ବେଳେ ଭିନ୍ନକ୍ଷମ ଭୋଟରଙ୍କ ସଂଖ୍ଯା ୫ ଲକ୍ଷ ୧୯ ହଜାର ୮୬୧ ରହିଛି । ବରିଷ୍ଠ ନାଗରିକ ଭୋଟରଙ୍କ ସଂଖ୍ଯା ୩ ଲକ୍ଷ ୨ ହଜାର ୨୭୩ । ୧୮ରୁ ୧୯ ବର୍ଷ ବୟସ୍କ ଭୋଟରଙ୍କ ସଂଖ୍ଯା ୭ ଲକ୍ଷ ୯୯ ହଜାର ୩୩୪ ରହିଛି । ସର୍ଭିସ ମତଦାତାଙ୍କ ସଂଖ୍ଯା ୪୯ ହଜାର ୫୯୯ । ପ୍ରବାସୀ ଭୋଟରଙ୍କ ସଂଖ୍ଯା ରହିଛି ୧୮୪ ।
Elections 2024: Training Session for Berhampur Police Officers Organized
Next Articleମୁକ୍ତ ଓ ନିରପେକ୍ଷ ନିର୍ବାଚନ ନିମନ୍ତେ ସମସ୍ତ ରାଜନୈତିକ ଦଳର ସହ ଯୋଗ କାମନା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
