News Room Odisha
BREAKING
Odia

ମୁକ୍ତ ଓ ନିରପେକ୍ଷ ନିର୍ବାଚନ ନିମନ୍ତେ ସମସ୍ତ ରାଜନୈତିକ ଦଳର ସହ ଯୋଗ କାମନା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ବର – ଆଜି ଭାରତର ନିର୍ବାଚନ ଆୟୁକ୍ତ ରାଜ୍ୟରେ ୨୧ ଟି ଲୋକସଭା ଏବଂ ୧୪୭ଟି ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଏଥିସହ ସମଗ୍ର ଦେଶରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ନିର୍ବାଚନ ଘୋଷଣା ହେବା ପରେ ଏକ ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ବିଭିନ୍ନ ସ୍ଵୀକୃତି ପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ। ରାଜ୍ୟରେ ନିର୍ବାଚନକୁ [...]

Admin•March 16, 2024
Share Article:

ଭୁବନେଶ୍ବର – ଆଜି ଭାରତର ନିର୍ବାଚନ ଆୟୁକ୍ତ ରାଜ୍ୟରେ ୨୧ ଟି ଲୋକସଭା ଏବଂ ୧୪୭ଟି ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଏଥିସହ ସମଗ୍ର ଦେଶରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ନିର୍ବାଚନ ଘୋଷଣା ହେବା ପରେ ଏକ ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ବିଭିନ୍ନ ସ୍ଵୀକୃତି ପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ। ରାଜ୍ୟରେ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ନିମନ୍ତେ ସେ ସମସ୍ତ ରାଜନୈତିକ ଦଳର ସହଯୋଗ କାମନା କରିବା ସହ ଆଦର୍ଶ ଆଚରଣ ବିଧି କଡ଼ାକଡ଼ି ଅନୁପାଳନ କରିବାକୁ ଅନୁରୋଧ କରିଥୁଲେ । ରାଜ୍ୟରେ ସ୍ଵଚ୍ଛ, ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ନିମନ୍ତେ ସମସ୍ତ ରାଜନୈତିକ ଦଳ ପ୍ରତିବଦ୍ଧତା ପ୍ରଦର୍ଶନ କରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଆଶା ବ୍ୟକ୍ତ କରିଥିଲେ ।

#Odia#Odisha#News
Share Article:

Related Articles