ସ୍ପଷ୍ଟ କଲା ବିଜେଡି : ଲୋକସଭା ଓ ବିଧାନସଭା ନିର୍ବାଚନ ଏକାକୀ ଲଢିବ,ତିନି ଚତୁର୍ଥାଂଶରୁ ଅଧିକ ଆସନ ଜିତିବା ନେଇ ଦୃଢୋକ୍ତି
ଭୁବନେଶ୍ୱର – ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନରେ ଓଡିଶାରେ ବିଜୁ ଜନତା ଦଳ ଏକାକୀ ଲଢିବ । ଆଜି ଦଳ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ଦଳର ନିଷ୍ପତ୍ତି ନେଇ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି । ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ [...]
ଭୁବନେଶ୍ୱର – ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନରେ ଓଡିଶାରେ ବିଜୁ ଜନତା ଦଳ ଏକାକୀ ଲଢିବ । ଆଜି ଦଳ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ଦଳର ନିଷ୍ପତ୍ତି ନେଇ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି । ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବ । ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ଦଳ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ ବୋଲି ବିଜେଡି ଦୃଢୋକ୍ତି ପ୍ରକାଶ କରାଯାଇଛି।
ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ ଓ ରାଷ୍ଟ୍ରନୀତିଜ୍ଞତା ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ। ନୂତନ ଓ ସଶକ୍ତ ଓଡ଼ିଶା ବିଜେଡିର ଲକ୍ଷ୍ୟ ହେବ ଏବଂ ଲୋକପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛି ବୋଲି ଦଳ ପକ୍ଷରୁ କୁହାଯାଇଛି ।
BJD Will Contest in All 147 Assembly Seats and 21 Lok Sabha Constituencies with Support of People of Odisha and Win over Three Fourth Seats: Pranab Das
Next ArticleOdisha: DoWR Observes World Water Day
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
