ଆଜିଠୁ ମାଆ ତାରାତାରିଣୀ ପୀଠରେ ଚୈତ୍ର ପର୍ବ
ବ୍ରହ୍ମପୁର – ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆଜିଠାରୁ ଆରମ୍ଭ ହୋଇଛି । ଚୈତ୍ର ମାସର ପ୍ରଥମ ମଙ୍ଗଳବାର ହୋଇଥିବାରୁ ପୀଠରେ ଭକ୍ତ ଓ ମାନସିକଧାରୀଙ୍କ ସମାଗମ ହୋଇଛି। ଚୈତ୍ର ପର୍ବ ପାଇଁ ପୀଠରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଏ ବର୍ଷ ୫ଟି ମଙ୍ଗଳବାର ଅର୍ଥାତ୍ ମାର୍ଚ୍ଚ ୨୬ ଏପ୍ରିଲ ୨, ୯ ,୧୬ ଓ ୨୩ ତାରିଖ ଦିନ ମାଆଙ୍କ ପୀଠରେ ଚୈତ୍ର [...]
ବ୍ରହ୍ମପୁର – ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆଜିଠାରୁ ଆରମ୍ଭ ହୋଇଛି । ଚୈତ୍ର ମାସର ପ୍ରଥମ ମଙ୍ଗଳବାର ହୋଇଥିବାରୁ ପୀଠରେ ଭକ୍ତ ଓ ମାନସିକଧାରୀଙ୍କ ସମାଗମ ହୋଇଛି। ଚୈତ୍ର ପର୍ବ ପାଇଁ ପୀଠରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଏ ବର୍ଷ ୫ଟି ମଙ୍ଗଳବାର ଅର୍ଥାତ୍ ମାର୍ଚ୍ଚ ୨୬ ଏପ୍ରିଲ ୨, ୯ ,୧୬ ଓ ୨୩ ତାରିଖ ଦିନ ମାଆଙ୍କ ପୀଠରେ ଚୈତ୍ର ପର୍ବ ଅନୁଷ୍ଠିତ ହେବ । ଚଳିତ ଥର ମାଆଙ୍କ ଦର୍ଶନ ପାଇଁ ବହୁସଂଖ୍ୟକ ଭକ୍ତ ତଥା ମାନସିକଧାରୀଙ୍କ ସମାଗମ ହେବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଭକ୍ତମାନଙ୍କ ଯାତାୟତ, ସେମାନଙ୍କ ବସିବା ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ମୁଣ୍ଡନ ସକାଶେ ସ୍ଥାନ, ଆଲୋକ ବ୍ୟବସ୍ଥା, ଦୀପ ଲଗାଇବା ସ୍ଥାନ ଇତ୍ୟାଦିର ସୁବ୍ୟବସ୍ଥା କରିବା ଲାଗି ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମନ୍ଦିରର ସାଜସଜ୍ଜା, ତୋରଣ ନିର୍ମାଣ, ଦୈନିକ ପୂଜାବିଧି, ଆଇନ ଶୃଙ୍ଖଳା ପରିସ୍ଥିତି, ଟ୍ରାଫିକ ବ୍ୟବସ୍ଥା ସହିତ ମୁଣ୍ଡନ ଲାଗି ବିଗତ ବର୍ଷ ଭଳି ଚାରୋଟି ସ୍ଥାନ ସହିତ ଅତିରିକ୍ତ ଅନ୍ୟ ଦୁଇଟି ସ୍ଥାନକୁ ମିଶାଯାଇ ସମୁଦାୟ ୬ ଗୋଟି ସ୍ଥାନ କରାଯାଇଛି।
ଋଷିକୂଲ୍ୟା ନଦୀ କୂଳରେ ଭକ୍ତଗଣ ଯେପରି ସୁବିଧାରେ ସ୍ନାନ କରିବା ସହିତ ଜଳ ଉଠାଇ ପାରିବେ ସେଥିପାଇଁ ଆଲୋକୀକରଣ ଓ ଅନ୍ୟାନ୍ୟ ବନ୍ଦୋବସ୍ତ କରାଯିବ । ଚଳିତ ବର୍ଷ ତିନିଗୋଟି ସ୍ଥାନରେ ଯାନବାହନ ପାଇଁ ପାର୍କିଂ ବ୍ୟବସ୍ଥା କରାଯିବ । ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ ଯଥେଷ୍ଟ ପରିମାଣରେ କରାଯିବ । ଅସ୍ଥାୟୀ ପରିସ୍ରାଗାର ନିର୍ମାଣ କରାଯାଇଛି। ଅଗ୍ନିଶମ ନିର୍ବାପକ, ପ୍ରାଥମିକ ଚିକିତ୍ସା ବ୍ୟବସ୍ଥା ସମେତ ଅଂଶୁଘାତ ଚିକିତ୍ସା ନିମନ୍ତେ ନିକଟସ୍ଥ ଚିକିତ୍ସାଳୟରେ ପୂର୍ବ ପ୍ରସ୍ତୁତି କରିବାକୁ କୁହାଯାଇଛି ।
ଶ୍ରୀମନ୍ଦିର ଶ୍ରୀଜୀଉଙ୍କ ଦୋଳଯାତ୍ରା ନୀତି ପାରମ୍ପରିକ ରୀତିରେ ସମ୍ପର୍ଣ୍ଣ
Next Articleକେଜ୍ରିୱାଲଙ୍କ ଗିରଫଦାରି ପ୍ରତିବାଦରେ ଆଜି ପ୍ରଧାନମନ୍ତ୍ରୀଙ୍କ ବାସଭବନ ଘେରାଉ କରିବ ଆପ୍, ସୁରକ୍ଷା କଡ଼ାକଡ଼ି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
