News Room Odisha
BREAKING
Odia

ପାରଦ ଉପରମୁହାଁ: ରାଜ୍ୟରେ ୫ଟି ସହରରେ ତାପମାତ୍ରା ୩୯ ଛୁଇଁଲା, ପାରଳାଖେମୁଣ୍ଡି ଉତ୍ତପ୍ତ ସହର

ଭୁବନେଶ୍ୱର – ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ ହୋଇଛି । ଆଜି ରାଜ୍ୟର ୫ଟି ସହରରେ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ଛୁଇଁଛି । ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଆଜି ରାଜ୍ୟର ଉତ୍ତପ୍ତ ସହର ହୋଇଛି। ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୯.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆଜି ବୌଦ୍ଧରେ ୩୯.୫, ନୟାଗଡରେ ୩୯.୨, ଟିଟିଲାଗଡରେ ୩୯.୨,ଭବାନୀପାଟଣାରେ ୩୯ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି। ଆଜି ରାଜ୍ୟର [...]

Admin•March 28, 2024
Share Article:

ଭୁବନେଶ୍ୱର – ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ ହୋଇଛି । ଆଜି ରାଜ୍ୟର ୫ଟି ସହରରେ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ଛୁଇଁଛି । ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଆଜି ରାଜ୍ୟର ଉତ୍ତପ୍ତ ସହର ହୋଇଛି। ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୯.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆଜି ବୌଦ୍ଧରେ ୩୯.୫, ନୟାଗଡରେ ୩୯.୨, ଟିଟିଲାଗଡରେ ୩୯.୨,ଭବାନୀପାଟଣାରେ ୩୯ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।

ଆଜି ରାଜ୍ୟର ୧୩ ସହରରେ ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ ଅତିକ୍ରମ କରିଥିବା ବେଳେ ଆଗାମୀ ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁବା ସମ୍ଭାବନା ରହିଛି।

ଆଜି ରାଜଧାନୀ ଭୁବନେଶ୍ୱରରେ ୩୭.୩ ଡିଗ୍ରୀ ଏବଂ କଟକରେ ୩୮.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।

#Odia#Odisha#News
Share Article:

Related Articles