News Room Odisha
BREAKING
Odia

ରାଜ୍ୟରେ ତାପମାତ୍ରା ଆହୁରି ବଢିବା ସମ୍ଭାବନା, ଆଜି ଅନେକ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର – ରାଜ୍ୟରେ ଗତ ଦୁଇ ତିନି ଦିନ ଧରି ପାରଦ ଉପରମୁହାଁ ହୋଇଛି। ଅନେକ ସ୍ଥାନରେ ପାରଦ ସ୍ୱାଭାବିକଠାରୁ ୩-୪ ଡିଗ୍ରୀ ସେଲସିୟସ ଅଧିକ ରହୁଛି । ଗତକାଲି ୫ଟି ସହରର ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ଥିଲା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ଆହୁରି ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହି ମାସ ୩୧ ତାରିଖ ସୁଦ୍ଧା [...]

Admin•March 29, 2024
Share Article:

ଭୁବନେଶ୍ୱର – ରାଜ୍ୟରେ ଗତ ଦୁଇ ତିନି ଦିନ ଧରି ପାରଦ ଉପରମୁହାଁ ହୋଇଛି। ଅନେକ ସ୍ଥାନରେ ପାରଦ ସ୍ୱାଭାବିକଠାରୁ ୩-୪ ଡିଗ୍ରୀ ସେଲସିୟସ ଅଧିକ ରହୁଛି । ଗତକାଲି ୫ଟି ସହରର ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ଥିଲା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ଆହୁରି ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହି ମାସ ୩୧ ତାରିଖ ସୁଦ୍ଧା କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଅନ୍ୟପଟେ ତାପମାତ୍ରା ବୃଦ୍ଧି ଓ ଜଳୀୟବାଷପୂର୍ଣ୍ଣ ବାୟୁର ପ୍ରଭାବ ଯୋଗୁଁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିବା ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ଯୋଗୁଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଆଦି ଜିଲ୍ଲାରେ ମଧ୍ୟ ସ୍ୱଳ୍ପ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସଆରସିଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦେଇଛି।

#Odia#Odisha#News
Share Article:

Related Articles