News Room Odisha
BREAKING
Odia

ନରସିଂହ ରାଓ ଏବଂ ଚୌଧୁରୀ ଚରଣ ସିଂହଙ୍କ ସହ ୪ ଜଣଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ସମ୍ମାନ ପ୍ରଦାନ, ଆଡଭାନୀଙ୍କୁ କାଲି ଦିଆଯିବ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓ, ଚୌଧୁରୀ ଚରଣ ସିଂହଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ସମ୍ମାନ ପ୍ରଦାନ କରିଛନ୍ତି। ଏହି ଦୁଇ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସମେତ ଚାରିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ମଧ୍ୟ ଦେଶର ଏହି ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜେପି ନଡ୍ଡା, ଏସ୍ ଜୟଶଙ୍କରଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ଥିଲେ। ଏଥର ଭାରତ [...]

Admin•March 30, 2024
Share Article:

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓ, ଚୌଧୁରୀ ଚରଣ ସିଂହଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ସମ୍ମାନ ପ୍ରଦାନ କରିଛନ୍ତି। ଏହି ଦୁଇ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସମେତ ଚାରିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ମଧ୍ୟ ଦେଶର ଏହି ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜେପି ନଡ୍ଡା, ଏସ୍ ଜୟଶଙ୍କରଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ଥିଲେ।

ଏଥର ଭାରତ ରତ୍ନରେ ସମ୍ମାନିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ଏଲ.କେ ଆଡଭାନୀଙ୍କୁ ଛାଡ଼ି ଅନ୍ୟ ଚାରି ଜଣ – ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ ଏବଂ ପି.ଭି. ନରସିଂହ ରାଓ, ବିଶିଷ୍ଟ କୃଷି ବୈଜ୍ଞାନିକ ଏମ୍ ସ୍ବାମୀନାଥନ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁରଙ୍କୁ ମରଣୋତ୍ତର ଭାବେ ଏହି ସମ୍ମାନ ପ୍ରଦାନ କରାଯାଇଛି । ଉଲ୍ଲେଖଯୋଗ୍ୟ, ସ୍ୱାସ୍ଥ୍ୟଗତ କାରଣରୁ ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇପାରିନଥିଲେ । ତେଣୁ ରାଷ୍ଟ୍ରପତି ମାର୍ଚ୍ଚ ୩୧ରେ ତାଙ୍କ ଘରକୁ ଯାଇ ଆଡଭାନୀଙ୍କୁ ଏହି ସମ୍ମାନ ପ୍ରଦାନ କରିବେ।

ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓ ଏବଂ ଚୌଧୁରୀ ଚରଣ ସିଂହ, କୃଷି ବିଜ୍ଞାନୀ ଏମଏସ ସ୍ବାମୀନାଥନ ଏବଂ ଦୁଇଥର ବିହାର ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁରଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରିଛନ୍ତି। ରାଓ, ଚରଣ ସିଂହ, ଠାକୁର ଏବଂ ସ୍ବାମୀନାଥନଙ୍କ ପରିବାର ସଦସ୍ୟ ଏହି ସମ୍ମାନ ଗ୍ରହଣ କରିଥିଲେ।

#Odia#Odisha#News
Share Article:

Related Articles