News Room Odisha
BREAKING
Odia

ସୁନୀତା କେଜ୍ରିୱାଲଙ୍କୁ ଭେଟିଲେ ହେମନ୍ତ ସୋରେନଙ୍କ ପତ୍ନୀ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲଙ୍କୁ ଭେଟିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ସୁନୀତାଙ୍କୁ ଭେଟିଥିଲେ କଳ୍ପନା । ଉଭୟଙ୍କ ମଧ୍ୟରେ ଏହି ସାକ୍ଷାତ ପ୍ରାୟ ୧୫ ରୁ ୨୦ ମିନିଟ୍ ଧରି ଚାଲିଥିଲା | ଝାଡ଼ଖଣ୍ଡରେ ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡି ଜାନୁଆରୀ ୩୧ରେ ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା । ସେ [...]

Admin•March 30, 2024
Share Article:

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲଙ୍କୁ ଭେଟିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ସୁନୀତାଙ୍କୁ ଭେଟିଥିଲେ କଳ୍ପନା । ଉଭୟଙ୍କ ମଧ୍ୟରେ ଏହି ସାକ୍ଷାତ ପ୍ରାୟ ୧୫ ରୁ ୨୦ ମିନିଟ୍ ଧରି ଚାଲିଥିଲା |

ଝାଡ଼ଖଣ୍ଡରେ ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡି ଜାନୁଆରୀ ୩୧ରେ ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା । ସେ ଏବେ ଜେଲରେ ଅଛନ୍ତି।

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ସହ କଳ୍ପନା ସୋରେନ ଆସନ୍ତାକାଲି ଦିଲ୍ଲୀରେ ହେବାକୁ ଥିବା ‘ଇଣ୍ଡିଆ’ ମେଣ୍ଟର ମହାରାଲିରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆମ୍ ଆଦମୀ ପାର୍ଟିର ଜାତୀୟ ଆବାହକ କେଜ୍ରିୱାଲଙ୍କୁ ଗିରଫ ପ୍ରତିବାଦରେ ଇଣ୍ଡିଆ ମେଣ୍ଟ ଏହି ରାଲିର ଡ଼ାକରା ଦେଇଛି। ଏହି ରାଲିରେ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା ମଧ୍ୟ ଅଂଶଗ୍ରହଣ କରିପାରନ୍ତି ।

ଉଲ୍ଲେଖଯୋଗ୍ୟ, ଅବକାରୀ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଇଡି ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା। ଗତ ଗୁରୁବାର ତଳ କୋର୍ଟ ତାଙ୍କ ଇଡି ହାଜତ ମିଆଦକୁ ଏପ୍ରିଲ ୧ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ ।

#Odia#Odisha#News
Share Article:

Related Articles