News Room Odisha
BREAKING
Odia

ଆଉ ୪-୫ ଦିନ ତାତିରୁ ନିସ୍ତାର ନାହିଁ: ସତର୍କ ରହିବାକୁ ପାଣିପାଗ ବିଭାଗ ଓ ଏସଆରସିଙ୍କ ପରାମର୍ଶ

ଭୁବନେଶ୍ବର – ଆଜି ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ସମେତ ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ରହିଛି । ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପାଗରେ ପରିବର୍ତ୍ତନ ଦେଖାଦେଇଛି। ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କାଳବୈଶାଖୀ ପ୍ରଭାବରେ ମେଘୁଆ ପାଗ ରହିଛି। ସେପଟେ ରାଜ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ଦିନ ତାପମାତ୍ରା ୪୦ ଡିଗ୍ରୀ ଟପିଛି । ମାଲକାନଗିରିରେ ଗତକାଲି ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଛୁଇଁଛି। ମାଲକାନଗିରି ସମେତ ୫ଟି [...]

Admin•March 31, 2024
Share Article:

ଭୁବନେଶ୍ବର – ଆଜି ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ସମେତ ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ରହିଛି । ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପାଗରେ ପରିବର୍ତ୍ତନ ଦେଖାଦେଇଛି। ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କାଳବୈଶାଖୀ ପ୍ରଭାବରେ ମେଘୁଆ ପାଗ ରହିଛି। ସେପଟେ ରାଜ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ଦିନ ତାପମାତ୍ରା ୪୦ ଡିଗ୍ରୀ ଟପିଛି । ମାଲକାନଗିରିରେ ଗତକାଲି ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଛୁଇଁଛି। ମାଲକାନଗିରି ସମେତ ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଟପିଛି ।

ଏଣେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବାକୁ ଏସଆରସି ସତ୍ୟବ୍ରତ ସାହୁ ସମସ୍ତ ବିଭାଗକୁ ପରାମର୍ଶ ଦେଇଛନ୍ତି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବାର ସମ୍ଭାବନା ନାହିଁ। ଦିନ ଓ ରାତିରେ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ। ଉପକୂଳ ଓଡ଼ିଶାରେ ତାତି ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହୋଇପାରେ। ଦିନ ୧୦ଟାରୁ ଅପରାହ୍ନ ୩ଟା ସୁଦ୍ଧା ଖରା ବଢିବା ଦ୍ବାରା ଅଧିକ ତାତି ଅନୁଭୂତ ହେବାର ସମ୍ଭାବନା ରହିଛି। ଏହି ସମୟରେ ବୟସ୍କ ଏବଂ ଶିଶୁମାନଙ୍କୁ ସିଧାସଳଖ ଖରା ସଂସ୍ପର୍ଶରେ ନ ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଣେ ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ଡିଗ୍ରୀ ତାପମାତ୍ରା ଅତିକ୍ରମ କରିବ। ଉପକୂଳ ଓଡ଼ିଶାରେ ୩୯ ଡିଗ୍ରୀ ସହ ୬୦ ପ୍ରତିଶତ ଆର୍ଦ୍ରତା ରହିବ। ଗରମ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ସତର୍କତା କରାଇଥିବା ବେଳେ ସମସ୍ତ ଜନସାଧାରଣ ଏବଂ ଜିଲ୍ଲାପାଳ ସତର୍କ ରହିବାକୁ ଏସଆରସି ନିର୍ଦେଶ ଦେଇଛନ୍ତି ।

#Odia#Odisha#News
Share Article:

Related Articles