News Room Odisha
BREAKING
Odia

ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ସମ୍ବନ୍ଧିତ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର – ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ସମ୍ବନ୍ଧିତ ଫଟୋଚିତ୍ର ପ୍ରଦର୍ଶନୀ ଜୟଦେବ ଭବନରେ ଉଦଘାଟିତ ହୋଇଯାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଓ ନିର୍ଦ୍ଦେଶକଙ୍କ ସମେତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ପ୍ରଦର୍ଶନୀରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି, [...]

Admin•April 1, 2024
Share Article:

ଭୁବନେଶ୍ୱର – ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ସମ୍ବନ୍ଧିତ ଫଟୋଚିତ୍ର ପ୍ରଦର୍ଶନୀ ଜୟଦେବ ଭବନରେ ଉଦଘାଟିତ ହୋଇଯାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଓ ନିର୍ଦ୍ଦେଶକଙ୍କ ସମେତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ପ୍ରଦର୍ଶନୀରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ଫକୀର ମୋହନ ସେନାପତିଙ୍କଠାରୁ ଆରମ୍ଭ କରି ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ, କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର, ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ, ଉତ୍କଳ ସମ୍ମିଳନୀ ସହିତ ଜଡିତ ବ୍ରଜ ସୁନ୍ଦର ଦାସ ଏବଂ ଆଦିନେତା ବିଚିତ୍ରାନନ୍ଦ ଦାସଙ୍କ ଫଟୋଚିତ୍ର ସହ ୧୯୩୬ ଏବଂ ବର୍ତ୍ତମାନ ଓଡ଼ିଶାର ମାନଚିତ୍ର ଏଥିରେ ସ୍ଥାନ ପାଇଥିଲା।

#Odia#Odisha#News
Share Article:

Related Articles