ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା
ଭୁବନେଶ୍ୱର – ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ନିର୍ବାଚନ ପାଇଁ ଦଳର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି । ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୨୭ ଜଣ ନେତା ସ୍ଥାନ ପାଇଛନ୍ତି। ଆସିକାରୁ ମଞ୍ଜୁଳା ସ୍ୱାଇଁ, ବ୍ରହ୍ମପୁରରୁ ରମେଶଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଖଲ୍ଲିକୋଟରୁ ସୂର୍ଯ୍ୟମଣି ବୈଦ୍ୟ, ପାରଳାଖେମୁଣ୍ଡିରୁ ରୂପେଶ ପାଣିଗ୍ରାହୀ,ମୋହନାରୁ ଅନ୍ତର୍ଯ୍ୟାମୀ ଗମାଙ୍ଗୋ, ପଟାଙ୍ଗୀରୁ ପ୍ରଫୁଲ୍ଲ ପାଙ୍ଗୀ ବ୍ରଜରାଜନଗରୁ ଅଳକା ମହାନ୍ତି, ଝାରସୁଗୁଡ଼ାରୁ ଦୀପାଳି ଦାସ, ତଳସରାରୁ ବିନୟ [...]
ଭୁବନେଶ୍ୱର – ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ନିର୍ବାଚନ ପାଇଁ ଦଳର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି । ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୨୭ ଜଣ ନେତା ସ୍ଥାନ ପାଇଛନ୍ତି।
ଆସିକାରୁ ମଞ୍ଜୁଳା ସ୍ୱାଇଁ, ବ୍ରହ୍ମପୁରରୁ ରମେଶଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଖଲ୍ଲିକୋଟରୁ ସୂର୍ଯ୍ୟମଣି ବୈଦ୍ୟ, ପାରଳାଖେମୁଣ୍ଡିରୁ ରୂପେଶ ପାଣିଗ୍ରାହୀ,ମୋହନାରୁ ଅନ୍ତର୍ଯ୍ୟାମୀ ଗମାଙ୍ଗୋ, ପଟାଙ୍ଗୀରୁ ପ୍ରଫୁଲ୍ଲ ପାଙ୍ଗୀ ବ୍ରଜରାଜନଗରୁ ଅଳକା ମହାନ୍ତି, ଝାରସୁଗୁଡ଼ାରୁ ଦୀପାଳି ଦାସ, ତଳସରାରୁ ବିନୟ କୁମାର ଟପ୍ପୋ, ସୁନ୍ଦରଗଡ଼ରୁ ଯୋଗେଶ ସିଂହ, ରାଜଗାଙ୍ଗପୁରରୁ ଅନୀଲ ବାର୍ଲା, ବଣାଇରୁ ଭୀମସେନ ଚୈ।ଧୁରୀ ଓ ଯଶିପୁରରୁ ଚକ୍ରଧର ହେମ୍ବ୍ରମ ପ୍ରାର୍ଥୀ ହେବେ ।
ଉଦଳାରୁ ଶ୍ରୀନାଥ ସୋରେନ, ବାରିପଦାରୁ ସଦାନନ୍ଦ ମଣ୍ଡଳ, ବଡ଼ସାହିରୁ ଅନୁସୂୟା ପାତ୍ର, ମୋରଡାରୁ ପ୍ରୀତିନନ୍ଦା କାନୁନଗୋ, ସୋରରୁ ମାଧବ ଧଡ଼ା, ଆଠମଲ୍ଲିକରୁ ନଳିନୀକାନ୍ତ ପ୍ରଧାନ ଓ ବୀରମହାରାଜପୁରରୁ ପଦ୍ମନାଭ ବେହେରା ନିର୍ବାଚନ ଲଢ଼ିବେ।
ଖରିଆରରୁ ଅଧିରାଜ ପାଣିଗ୍ରାହୀ, ଫୁଲବାଣୀରୁ ଜୟଶ୍ରୀ କହଁର, ମାହାଙ୍ଗାରୁ ଅଙ୍କିତ ପ୍ରତାପ ଜେନା, ତିର୍ତ୍ତୋଲରୁ ରମାକାନ୍ତ ଭୋଇ, ଜଗତସିଂହପୁରରୁ ପ୍ରଶାନ୍ତ ମୁଦୁଲିଙ୍କୁ ଟିକେଟ ଦେଇଛି ବିଜେଡି। ଭୁବନେଶ୍ୱର ଏକାମ୍ରରୁ ଅଶୋକ ପଣ୍ଡା ଓ ଭୁବନେଶ୍ୱର ନର୍ଥରୁ ସୁଶାନ୍ତ ରାଉତ ପ୍ରାର୍ଥୀ ହେବେ ।
ବିଜେଡିର ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା
Next Articleକେଜରିୱାଲଙ୍କ ଆବେଦନ ଉପରେ ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
