ଘରେ ଅଯଥା ଖର୍ଚ୍ଚ ହେଉଥିଲେ କଣ କରିବେ ? ?..
ଘରେ ଅଯଥା ଖର୍ଚ୍ଚ ହେଉଥିଲେ କଣ କରିବେ ? ?.. ୧ – ମଳିନ ପଡିଯାଇଥିବା ଆଇନା କିମ୍ବା ଭାଙ୍ଗିଯାଇଥିବା ଆଇନା ଘରେ ରଖିବା ଉଚିତ ନୁହେଁ ଏହା ଦ୍ଵାରା ଅଶୁଭ ହୋଇଥାଏ । ୨ – ଘର ଦିନ ବାରଟା ପୂର୍ବରୁ ପୋଛା ମାରିବା ଉଚିତ ଏବଂ ଗୁରୁବାର ଦିନ ଘର କେବେ ପୋଛା ମାରିବା ଉଚିତ ନୁହେଁ ଏହା ଅଶୁଭ ହୋଇଥାଏ । ୩ – ଘରର ଐଶାନ୍ୟ କୋଣରେ ଠାକୁର ଘର କରିବା [...]
ଘରେ ଅଯଥା ଖର୍ଚ୍ଚ ହେଉଥିଲେ କଣ କରିବେ ? ?..
୧ – ମଳିନ ପଡିଯାଇଥିବା ଆଇନା କିମ୍ବା ଭାଙ୍ଗିଯାଇଥିବା ଆଇନା ଘରେ ରଖିବା ଉଚିତ ନୁହେଁ ଏହା ଦ୍ଵାରା ଅଶୁଭ ହୋଇଥାଏ ।
୨ – ଘର ଦିନ ବାରଟା ପୂର୍ବରୁ ପୋଛା ମାରିବା ଉଚିତ ଏବଂ ଗୁରୁବାର ଦିନ ଘର କେବେ ପୋଛା ମାରିବା ଉଚିତ ନୁହେଁ ଏହା ଅଶୁଭ ହୋଇଥାଏ ।
୩ – ଘରର ଐଶାନ୍ୟ କୋଣରେ ଠାକୁର ଘର କରିବା ଉଚିତ ଏବଂ ଏକ କାଚ ପାତ୍ରରେ ଗୋଟା ଅରୁଆ ଚାଉଳ ରଖିଲେ ଶୁଭ ହୋଇଥାଏ ।
୪ – ଘରେ ଯଦି କୌଣସି ପୂଜା ହୋଇଥାଏ ତେବେ ପୂଜା ସାରିବା ପରେ ପୂଜା ହୋଇଥିବା କଳସର ପାଣିକୁ ଘରେ ଛିଞ୍ଚିଲେ ମଙ୍ଗଳ ହୋଇଥାଏ ।
୫ – ସନ୍ଧ୍ୟାବେଳେ ଦୀପ ଜାଳିଲା ବେଳେ ଦୁଇଟି ଦୀପ ଲାଗିବା ଉଚିତ ଗୋଟିଏ ତେଲର ଦୀପ ଏବଂ ଆଉ ଗୋଟିଏ ଘିଅ ଦୀପ ଏହା ଶୁଭ ହୋଇଥାଏ ।
୬ – ଘରେ ଅଯଥା ଖରଚ ହେଉଥିଲେ ଗୋଟିଏ ତମ୍ଭା ପଇସା ଓ ହଳଦିଆ ରଙ୍ଗର କଉଡି ନେଇ ଲାଲ କପଡାରେ ବାନ୍ଧି ଠାକୁର ଘରେ ରଖିବାଉଚିତ ।
୭ – ଠାକୁର ଘରେ ଦୀପ ଜାଳିଲା ବେଳେ ଦୀପରୁ ଦୀପ ଲଗାଇବା ଉଚିତ ନୁହେଁ କି ଦୀପରୁ ଧୂପ କାଠି ଜଳାଇବା ଉଚିତ ନୁହେଁ ଏହା ଅଶୁଭ ହୋଇଥାଏ ।
୮ – ସ୍ତ୍ରୀ ଲୋକ ଘରର ଦୁଆର ମୁହଁକୁ ଲାଗିକରି ଖାଇବା ଉଚିତ ନୁହେଁ କାରଣ ଏହା ଦରିଦ୍ରତା ବୃଦ୍ଧି ହବାର କାରଣ ହୋଇଥାଏ ।
୯ – ଠାକୁର ଘରେ କାଳୀ ,ଶନି, ଭୈରବ ଓ ନଟରାଜଙ୍କ ଫଟ ବା ମୂର୍ତି ରଖିବା ଉଚିତ ନୁହେଁ ।
୧୦ – ରୁଟି କରି ସାରିବା ପରେ ରୁଟି କେବେ ଗଣିବା ଉଚିତ ନୁହେଁ ଏବଂ ହଟକେସ କେବେ ଖାଲି ରଖିବା ଉଚିତ ନୁହେଁ ଏହା ଅଶୁଭ ହୋଇଥାଏ ।
୧୧ – ବିବାହିତ ସ୍ତ୍ରୀ ଲୋକମାନେ ନିଜର କାଜଲ , ବିନ୍ଦି , ସିନ୍ଦୁର , ପାଉଁଜି ଓ ମେହେନ୍ଦି ଅନ୍ୟକୁ ପିନ୍ଧାଇ ବା ଉଚିତ ନୁହେଁ, ଏହା ଅଶୁଭ ହୋଇଥାଏ ।
୧୨ – ତିନୋଟି ଗୁରୁବାର ଦିନ ପାଞ୍ଚ କିଲୋ ଅଟାରେ ଏକ କିଲୋ ଗୁଡ ମିଶାଇ ରୁଟି ତିଆରି କରି ଗାଇକୁ ଖୁଆଇଲେ ଦରିଦ୍ରତା ଦୂର ହୋଇଥାଏ ଏବଂ ଧନ ପ୍ରାପ୍ତି ହୋଇଥାଏ ।
୧୩ – ଶନିବାର ଦିନ କଳା କୁକୁରକୁ ରୁଟିରେ ସୋରିଷ ତେଲ ମାରି ଖୁଆଇଲେ ଧନ ଲାଭରେ ଆସୁଥିବା ବାଧା ବିଘ୍ନ ଦୂର ହୋଇଥାଏ ।
୧୪ – ପ୍ରତି ଗୁରୁବାର ଦିନ ଓସ୍ତ ଗଛରେ ଜଳଦାନ କରିବା ଦ୍ଵାରା ଏବଂ ମଥାରେ କେଶର ତିଳକ ଲଗାଇବା ଦ୍ଵାରା ଧନ ପ୍ରାପ୍ତି ହୋଇଥାଏ ।
୧୫ – ଘରର ମୁଖ୍ୟ ଦ୍ଵାରରେ ରଙ୍ଗୋଲି କରିବା ଦ୍ଵାରା ଏବଂ ଫୁଲରେ ସଜାଇବା ଦ୍ଵାରା ସକାରାତ୍ମକ ଶକ୍ତି ବୃଦ୍ଧି ହୋଇଥାଏ ଓ ଲକ୍ଷ୍ମୀଙ୍କ ଆଗମନ ହୋଇଥାଏ ।
୧୬ – ଘରର ମୁଖ୍ୟଦ୍ଵାରରେ ସ୍ଵସ୍ତିକ ଚିହ୍ନ କିମ୍ବା ତ୍ରିଶୂଳ ଚିହ୍ନ ଲଗାଇବା ଦ୍ଵାରା ବହୁତ ଶୁଭ ହୋଇଥାଏ ଏବଂ ଘରେ ସୁଖ ସୌଭାଗ୍ୟ ବୃଦ୍ଧି ହୋଇଥାଏ ।
୧୭ – ଘରର ମୁଖ୍ୟ ଦ୍ଵାର ସାମ୍ନାରେ ଜୋତା ଚପଲ ରଖିବା ଅନୁଚିତ । ଏହାଦ୍ଵାରା ଅଶୁଭତ୍ଵ ଦେଖା ଦେଇଥାଏ ।
୧୮ – ଘର ପୋଛା ଲଗାଇବା ସମୟରେ ପାଣିରେ ଅଳ୍ପ ଲୁଣ ପକାଇ ପୋଛା ଲଗାଇବା ଦ୍ଵାରା ଶୁଭତ୍ଵ ବୃଦ୍ଧି ହୋଇଥାଏ ।
୧୯ – ଘରେ ବେକାର ପଡିଥିବା ଜିନିଷ ରଖିବା ଉଚିତ ନୁହେଁ କିମ୍ବା ବନ୍ଦ ହୋଇ ପଡିଥିବା ବିଦ୍ଵତ ଉପକରଣ ରଖିବାଦ୍ଵାରା ନକରାତ୍ମକ ଶକ୍ତି ବୃଦ୍ଧି ହୋଇଥାଏ ।
୨୦ – ଯଦି ଘରେ ଶୁକ୍ରବାର ଦିନ ଶ୍ରୀ ସ୍ତୋତ୍ର କିମ୍ବା ଲକ୍ଷ୍ମୀ ସ୍ତୋତ୍ର ପାଠ କରାଯାଏ ତେବେ ଗୃହରେ ଧନ ସମ୍ପତ୍ତି ବୃଦ୍ଧି ହୋଇଥାଏ ।
୨୧ – ବାସ୍ତୁଶାସ୍ତ୍ର ଅନୁସାରେ ଶୁକ୍ରବାର ଦିନ ସକାଳୁ ଧଳା ବସ୍ତ୍ର ପିନ୍ଧି ଲକ୍ଷ୍ମୀଙ୍କୁ ପଦ୍ମଫୁଲ ଅର୍ପଣ କରିବାଦ୍ବାରା ଲକ୍ଷ୍ମୀଙ୍କ କୃପା ଲାଭ ହୋଇଥାଏ ।
୨୨ – ଶୁକ୍ର ବାର ଦିନ ଗୋଟିଏ ପଦ୍ମ ଫୁଲ ଆଣି ଘରେ ପଇସା ରଖୁଥିବା ସ୍ଥାନରେ ରଖିବା ଉଚିତ ଏହାଦ୍ବାରା ଆର୍ଥିକ ସ୍ଥିତିରେ ସୁଧାର ଆସିଥାଏ ।
୨୩ – ଅଷ୍ଟମୀ ଦିନ ସନ୍ଧ୍ୟା ସମୟରେ ଘରର ଐଶାନ୍ୟ କୋଣରେ ଘିଅ ଦୀପରେ କେଶର ପକାଇ ଜଳିବ ଦ୍ଵାରା ଧନ ପ୍ରାପ୍ତିର ଯୋଗ ସୃଷ୍ଟି ହୋଇଥାଏ ।
ଶ୍ରୀରାମ ଚରିତ ମାନସ: ବାଲ କାଣ୍ଡ
Next Articleଅରବିନ୍ଦ କେଜ୍ରିୱାଲଙ୍କ ଗିରଫ ବିରୋଧରେ ଆଜି ଆମ୍ ଆଦମୀ ପାର୍ଟିର ଗଣ ଅନଶନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
