ତାରାତାରିଣୀ ପୀଠରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ
ବ୍ରହ୍ମପୁର – ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ପୀଠରେ ଚୈତ୍ର ଯାତ୍ରା ଚାଲିଛି । ଆଜି ଚୈତ୍ର ମାସର ତୃତୀୟ ମଙ୍ଗଳବାର ପାଇଁ ମା’ଙ୍କ ପୀଠରେ ଭିଡ ଜମିଛି। ଏହି ଅବସରରେ ଆଜି ଭୋରରୁ ପୀଠରେ ପହଞ୍ଚି ମାଆଙ୍କ ପୂଜାର୍ଚ୍ଚନା କରିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ । ମା’ଙ୍କର ଆଜି ସରସ୍ବତୀ ବେଶ ହୋଇଥିବା ବେଳେ, ଦର୍ଶନ କରି ଆଶୀର୍ବାଦ ଲୋଡିଛନ୍ତି କାର୍ତ୍ତିକ ପାଣ୍ଡିଆନ । ସେ ବେଢ଼ା ବୁଲିବା ସହ [...]
ବ୍ରହ୍ମପୁର – ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ପୀଠରେ ଚୈତ୍ର ଯାତ୍ରା ଚାଲିଛି । ଆଜି ଚୈତ୍ର ମାସର ତୃତୀୟ ମଙ୍ଗଳବାର ପାଇଁ ମା’ଙ୍କ ପୀଠରେ ଭିଡ ଜମିଛି। ଏହି ଅବସରରେ ଆଜି ଭୋରରୁ ପୀଠରେ ପହଞ୍ଚି ମାଆଙ୍କ ପୂଜାର୍ଚ୍ଚନା କରିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ । ମା’ଙ୍କର ଆଜି ସରସ୍ବତୀ ବେଶ ହୋଇଥିବା ବେଳେ, ଦର୍ଶନ କରି ଆଶୀର୍ବାଦ ଲୋଡିଛନ୍ତି କାର୍ତ୍ତିକ ପାଣ୍ଡିଆନ ।

ସେ ବେଢ଼ା ବୁଲିବା ସହ ମନ୍ଦିର ପରିସରରେ ହୋଇଥିବା ଉନ୍ନୟନ କାର୍ଯ୍ୟ ତଦାରଖ କରିଥିଲେ । ମନ୍ଦିରର ପୂଜକ, ପରିଚାଳନା କମିଟି ସହ ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ, ପୂଜାର୍ଚ୍ଚନା, ଭକ୍ତମାନଙ୍କ ମନ୍ଦିରରେ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ । ଦୀର୍ଘ ୧୬ ବର୍ଷ ହେଲା ମା’ଙ୍କ ଚୈତ୍ର ଯାତ୍ରା ସମୟରେ ପାଣ୍ଡିଆନ ମାଆଙ୍କ ଦର୍ଶନ ପାଇଁ ପୀଠକୁ ଆସନ୍ତି ।
ଆଜି ଠାରୁ ଆରମ୍ଭ ହେବ ଚୈତ୍ର ନବରାତ୍ରି, କଣ ରହିଛି ଘଟ ସ୍ଥାପନାର ଶୁଭ ମୁହୂର୍ତ୍ତ ଓ ବିଧି ବିଧାନ
Next Article୧୧ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
