News Room Odisha
BREAKING
Odia

୧୧ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର – କାଳ‌ବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ପାରଦ ୨ରୁ ୭ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି। ଏଣେ ଆସନ୍ତା ୧୧ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଜି, ଆସନ୍ତାକାଲି ୧୦ ଓ ୧୧ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। [...]

Admin•April 9, 2024
Share Article:

ଭୁବନେଶ୍ୱର – କାଳ‌ବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ପାରଦ ୨ରୁ ୭ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି। ଏଣେ ଆସନ୍ତା ୧୧ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଜି, ଆସନ୍ତାକାଲି ୧୦ ଓ ୧୧ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ଦୁଇ ଦିନ ପାଇଁ କୌଣସି ସତର୍କ ସୂଚନା ନଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

#Odia#Odisha#News
Share Article:

Related Articles