ହେମା ମାଳିନୀଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଅଭିଯୋଗରେ କଂଗ୍ରେସ ନେତା ସୁରଜେୱାଲାଙ୍କୁ ଇସି ନୋଟିସ
ନୂଆଦିଲ୍ଲୀ: ଅଭିନେତ୍ରୀ ତଥା ବିଜେପି ସାଂସଦ ହେମା ମାଳିନୀଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଅଭିଯୋଗରେ ମଙ୍ଗଳବାର ନିର୍ବାଚନ କମିଶନ କଂଗ୍ରେସ ନେତା ରଣଦୀପ ସୁରଜେୱାଲାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। କମିଶନ ଏହି ମାମଲାରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ବି ଜବାବ ତଲବ କରିଛନ୍ତି। ସର୍ବସାଧାରଣ ଭାଷଣରେ ମହିଳାଙ୍କ ସମ୍ମାନ ସଂକ୍ରାନ୍ତ ନିର୍ଦ୍ଦେଶାବଳୀକୁ କଂଗ୍ରେସ ନେତାମାନେ କଡ଼ାକଡ଼ି ପାଳନ କରିବା ପାଇଁ ସେ କେଉଁ ପଦକ୍ଷେପ ନେଇଛନ୍ତି ତାହା ଜଣାଇବାକୁ ଖଡ଼ଗେଙ୍କୁ କହିଛନ୍ତି ନିର୍ବାଚନ [...]
ନୂଆଦିଲ୍ଲୀ: ଅଭିନେତ୍ରୀ ତଥା ବିଜେପି ସାଂସଦ ହେମା ମାଳିନୀଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଅଭିଯୋଗରେ ମଙ୍ଗଳବାର ନିର୍ବାଚନ କମିଶନ କଂଗ୍ରେସ ନେତା ରଣଦୀପ ସୁରଜେୱାଲାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। କମିଶନ ଏହି ମାମଲାରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ବି ଜବାବ ତଲବ କରିଛନ୍ତି।
ସର୍ବସାଧାରଣ ଭାଷଣରେ ମହିଳାଙ୍କ ସମ୍ମାନ ସଂକ୍ରାନ୍ତ ନିର୍ଦ୍ଦେଶାବଳୀକୁ କଂଗ୍ରେସ ନେତାମାନେ କଡ଼ାକଡ଼ି ପାଳନ କରିବା ପାଇଁ ସେ କେଉଁ ପଦକ୍ଷେପ ନେଇଛନ୍ତି ତାହା ଜଣାଇବାକୁ ଖଡ଼ଗେଙ୍କୁ କହିଛନ୍ତି ନିର୍ବାଚନ କମିଶନ।
କାରଣ ଦର୍ଶାଅ ନୋଟିସର ଜବାବ ଦାଖଲ କରିବା ପାଇଁ ରଣଦୀପ ସୁରଜେୱାଲାଙ୍କୁ ଏପ୍ରିଲ ୧୧ ସନ୍ଧ୍ୟା ପର୍ଯ୍ୟନ୍ତ ସମୟ ଦିଆଯାଇଥିବା ବେଳେ ଖଡ଼ଗେଙ୍କୁ ଏପ୍ରିଲ ୧୨ ଯାଏଁ ମହଲତ ଦେଇଛନ୍ତି କମିଶନ।
ହରିୟାଣାରେ ଏକ ନିର୍ବାଚନୀ ସଭାରେ ସୁରଜେଓ୍ବାଲା ବିଜେପି ସାଂସଦ ହେମା ମାଳିନୀଙ୍କ ପ୍ରତି ଅଶ୍ଲୀଳ ମନ୍ତବ୍ୟ ଦେଇଥିଲେ ବୋଲି ବିଜେପି ଅଭିଯୋଗ କରିଥିଲା। ଏନେଇ ଦଳ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଥିଲା। ରଣଦୀପ ସୁରଜେୱାଲା କିନ୍ତୁ କହିଥିଲେ ଯେ ସମ୍ପୃକ୍ତ ଭିଡ଼ିଓକୁ ସମ୍ପାଦିତ କରାଯାଇଛି । ବିଜେପି ସାଂସଦ ହେମା ମାଳିନୀଙ୍କୁ ଆଘାତ କିମ୍ବା ଅପମାନିତ କରିବା ତାଙ୍କର ଉଦ୍ଦେଶ୍ୟ ନଥିଲା।
ଏହା ପୂର୍ବରୁ ନିର୍ବାଚନ କମିଶନ କଂଗ୍ରେସ ନେତ୍ରୀ ସୁପ୍ରିୟା ଶ୍ରୀନେତଙ୍କୁ ମଧ୍ୟ ନୋଟିସ୍ ଜାରି କରିଥିଲେ। ହିମାଚଳ ପ୍ରଦେଶ ମଣ୍ଡିରୁ ବିଜେପି ପ୍ରାର୍ଥୀ ତଥା ଅଭିନେତ୍ରୀ କଙ୍ଗନା ରନାଓ୍ବତଙ୍କ ବିରୋଧରେ ଶ୍ରୀନେତ ଆପତ୍ତିଜନକ ପୋଷ୍ଟ କରିଥିବା ଅଭିଯୋଗ ହୋଇଥିଲା।
ହାଇକୋର୍ଟ ରାୟ ବିରୋଧରେ ସୁପ୍ରିମକୋର୍ଟ ଯିବେ କେଜ୍ରିୱାଲ
Next Articleଯୋଡା ମୁଣ୍ଡ ଶିଶୁ ଜଗା ଫୁଲବାଣୀ ଜିଲ୍ଲା ମେଡ଼ିକାଲରେ ପାଳିଲା ଜନ୍ମଦିନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
