News Room Odisha
BREAKING
Odia

ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି। ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟିକାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ଚିକିତ୍ସାଧୀନ [...]

Admin•April 12, 2024
Share Article:

ଭୁବନେଶ୍ୱର – ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି। ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟିକାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ଚିକିତ୍ସାଧୀନ ଅବସ୍ଥାରେ ୭୯ ବର୍ଷ ବୟସରେ କଟକରେ ମୃତ୍ୟୁ ହୋଇଯାଇଛି।

#Odia#Odisha#News
Share Article:

Related Articles