ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ପ୍ରାର୍ଥିପତ୍ର ଦାଖଲ
ଭୁବନେଶ୍ୱର – ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହୋଇଥିବା ବେଳେ ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହେବ । ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ( ଦେଶରେ ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ । ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ଆରମ୍ଭ ହୋଇଯିବ ନାମାଙ୍କନ ଦାଖଲ । ଏପ୍ରିଲ ୨୫ ପ୍ରାର୍ଥିପତ୍ର ଦାଖଲର [...]
ଭୁବନେଶ୍ୱର – ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହୋଇଥିବା ବେଳେ ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହେବ । ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ( ଦେଶରେ ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ । ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ଆରମ୍ଭ ହୋଇଯିବ ନାମାଙ୍କନ ଦାଖଲ । ଏପ୍ରିଲ ୨୫ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ।
୨୬ ତାରିଖରେ ପ୍ରାର୍ଥିପତ୍ର ସବୁ ଯାଞ୍ଚ କରାଯିବ । ୨୯ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ।
ମେ’ ୧୩ରେ ରାଜ୍ୟର ୪ଟି ଲୋକସଭା ଓ ୨୮ ବିଧାନସଭା ଆସନରେ ମତଦାନ ହେବ । ବ୍ରହ୍ମପୁର, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଲୋକସଭା ଆସନରେ ମତଦାନ ହେବ । ଏଥିସହ ଓଡ଼ିଶା ଏ ସବୁ ଲୋକସଭା ଆସନ ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ମଧ୍ୟ ମେ’୧୩ ତାରିଖରେ ଭୋଟ୍ ନିଆଯିବ। ବ୍ରହ୍ମପୁର, ଛତ୍ରପୁର, ଗୋପାଳପୁର, ଚିକିଟି , ମୋହନା, ଦିଗପହଣ୍ଡି, ପାରଳାଖେମୁଣ୍ଡି, ନୂଆପଡ଼ା, ଖଡ଼ିଆଳ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ, ଭବାନୀପାଟଣା, ନର୍ଲା, ଗୁଣୁପୁର, ବିଷମ କଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟାଙ୍ଗୀ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଙ୍ଗା, କୋଟପାଡ଼, ଚିତ୍ରକୋଣ୍ଡା ଓ ମାଲକାନଗିରି ବିଧାନସଭା ଆସନରେ ପ୍ରଥମ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ ।
ଶ୍ରୀମନ୍ଦିରରେ ରାମ ନବମୀ ନୀତି ପାରମ୍ପରିକ ରୀତିରେ ସମ୍ପର୍ଣ୍ଣ
Next Articleଆଜି ୨୪ଟି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ, ପ୍ରଚଣ୍ଡ ଖରା ପାଇଁ ଆଜିଠୁ ତିନିଦିନ ସ୍କୁଲ ଛୁଟି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
