News Room Odisha
BREAKING
Odia

ଆଜି ୨୪ଟି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ, ପ୍ରଚଣ୍ଡ ଖରା ପାଇଁ ଆଜିଠୁ ତିନିଦିନ ସ୍କୁଲ ଛୁଟି

ଭୁବନେଶ୍ବର – ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଦିନରେ ଆକାଶରୁ ନିଆଁ ବର୍ଷୁଥିବା ବେଳେ ରାତିରେ ଅସହ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜିଠୁ ସମସ୍ତ ସ୍କୁଲକୁ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି। ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ [...]

Admin•April 18, 2024
Share Article:

ଭୁବନେଶ୍ବର – ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଦିନରେ ଆକାଶରୁ ନିଆଁ ବର୍ଷୁଥିବା ବେଳେ ରାତିରେ ଅସହ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜିଠୁ ସମସ୍ତ ସ୍କୁଲକୁ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି। ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପୂର୍ବରୁ ସକାଳୁଆ ବିଦ୍ୟାଳୟ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଏପ୍ରିଲ ୨ ତାରିଖରୁ ସକାଳ ୭ଟାରୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେଉଥିଲା। ତେବେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କେତେକ ଜିଲାରେ ବିଦ୍ୟାଳୟ ସମୟରେ ପରିବର୍ତ୍ତନ କରାଯାଇଥିଲା।

ଏଣେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସାରାରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ଲାଗି ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜିଠୁ ୨୦ ତାରିଖ ମଧ୍ୟରେ ଗ୍ରୀଷ୍ମ ଲହରୀ ଶିଖର ଛୁଇଁବା ସମ୍ଭାବନା ରହିଛି। କିଛି ଅଞ୍ଚଳରେ ପାରଦ ୪୫ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇପାରେ। ଆଗାମୀ ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବାଧିକ ତାପମାତ୍ରାରେ ପରିବର୍ତ୍ତନ ସମ୍ଭାବନା ନାହିଁ; କିନ୍ତୁ ଉପକୂଳ ଓଡ଼ିଶାର ସମସ୍ତ ଜିଲାଗୁଡିକରେ ଉଚ୍ଚ ତାପମାତ୍ରା ଏବଂ ଉଚ୍ଚ ଆର୍ଦ୍ରତା ପ୍ରଭାବ ଲାଗି ରହିବ। ରାତିରେ ଗରମ ଏବଂ ଗୁଳୁଗୁଳି ଅନୁଭୂତ ହେବ। ଆଜି ମୟୂରଭଞ୍ଜ, ନୟାଗଡ଼, ଗଜପତି ଓ ନୂଆପଡ଼ା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ବୌଦ୍ଧ, କନ୍ଧମାଳ, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

#Odia#Odisha#News
Share Article:

Related Articles