News Room Odisha
BREAKING
Odia

ଆଉ ୪୮ ଘଣ୍ଟା ନିଆଁ ବର୍ଷା: କିଛି ଜିଲ୍ଲା ପାଇଁ ଭୀଷଣ ଗ୍ରୀଷ୍ମପ୍ରବାହ ସତର୍କତା

ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ଓ ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ସ୍ବାଭାବିକଠାରୁ ତାପମାତ୍ରା ୩ରୁ ୫ ଡିଗ୍ରୀ ଅଧିକ ରହିବ। ଖୋର୍ଦ୍ଧା, କଟକ, ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଗଜପତି, କନ୍ଧମାଳ, ନୂଆପଡ଼ା, କୋରାପୁଟ, ମାଲକାନଗିରି [...]

Admin•April 19, 2024
Share Article:

ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ଓ ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ସ୍ବାଭାବିକଠାରୁ ତାପମାତ୍ରା ୩ରୁ ୫ ଡିଗ୍ରୀ ଅଧିକ ରହିବ। ଖୋର୍ଦ୍ଧା, କଟକ, ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଗଜପତି, କନ୍ଧମାଳ, ନୂଆପଡ଼ା, କୋରାପୁଟ, ମାଲକାନଗିରି ଓ ଗଞ୍ଜାମ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ନୂଆପଡ଼ା, ଅନୁଗୁଳ, ନୟାଗଡ଼, ମୟୂରଭଞ୍ଜ, ବୌଦ୍ଧ ଓ କେନ୍ଦୁଝର ଜିଲ୍ଲା ପାଇଁ ‌ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ୧୯ ଓ ୨୦ ତାରିଖରେ ଦିନ ତାପମାତ୍ରା ଶିଖର ଛୁଇଁବ। କେତେକ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଡେଇଁପାରେ। ଗ୍ରୀଷ୍ମ ପ୍ରବାହରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ବାଭାବିକଠାରୁ ୬.୪ ଡିଗ୍ରୀ ଅଧିକ ରହିବାର ସମ୍ଭାବନା ରହିଛି। ଆଜି ଅଧିକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳ ବୈଶାଖୀ ପ୍ରଭାବରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ବର୍ଷା ହୋଇପାରେ।

#Odia#Odisha#News
Share Article:

Related Articles