ବିଷମକଟକ ଓ ଗୁଣୁପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର, ବିରୋଧୀଙ୍କୁ ଜୋରଦାର ଟାର୍ଗେଟ
ରାୟଗଡ଼ା – ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ରାୟଗଡା ଜିଲ୍ଲାର ବିଷମକଟକ ଓ ଗୁଣୁପୁରରେ ନିର୍ବାଚନ ପ୍ରଚାର କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି । ଏହି ସଭାରେ ହଜାର ହଜାର ସଂଖ୍ୟାରେ ଉପସ୍ଥିତ ରହି ଜନସାଧାରଣ କାର୍ତ୍ତିକ ପାଣ୍ଡିଆନଙ୍କୁ ଭବ୍ୟ ସ୍ବାଗତ କରିଥିଲେ । ବିରୋଧୀଙ୍କୁ ନିଜ ଭାଷଣରେ ଶାଣିତ ଆକ୍ରମଣ କରିଥିଲେ ପାଣ୍ଡିଆନ । ଲୋକଙ୍କ ଉତ୍ସାହ ଦେଖି, ସେମାନଙ୍କ ବିଶାଳ ଉପସ୍ଥିତି [...]
ରାୟଗଡ଼ା – ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ରାୟଗଡା ଜିଲ୍ଲାର ବିଷମକଟକ ଓ ଗୁଣୁପୁରରେ ନିର୍ବାଚନ ପ୍ରଚାର କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି । ଏହି ସଭାରେ ହଜାର ହଜାର ସଂଖ୍ୟାରେ ଉପସ୍ଥିତ ରହି ଜନସାଧାରଣ କାର୍ତ୍ତିକ ପାଣ୍ଡିଆନଙ୍କୁ ଭବ୍ୟ ସ୍ବାଗତ କରିଥିଲେ ।
ବିରୋଧୀଙ୍କୁ ନିଜ ଭାଷଣରେ ଶାଣିତ ଆକ୍ରମଣ କରିଥିଲେ ପାଣ୍ଡିଆନ । ଲୋକଙ୍କ ଉତ୍ସାହ ଦେଖି, ସେମାନଙ୍କ ବିଶାଳ ଉପସ୍ଥିତି ଦେଖି ବିରୋଧୀଙ୍କ ନିଦ ହଜିଛି । ସେମାନେ ଲୋକଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ନିର୍ବାଚନ ସମୟରେ ସେମାନେ ମିଠା ମିଠା କଥା କୁହନ୍ତି, ନିର୍ବାଚନ ସରିଗଲେ ଖୋଜିଲେ ବି ମିଳନ୍ତି ନାହିଁ, ଓଡିଶା ପାଇଁ ସେମାନେ ଟଙ୍କାକର କାମ କରିନାହାନ୍ତି ବୋଲି କହି ବିରୋଧୀ ଦଳକୁ ଟାର୍ଗେଟ କରିଛନ୍ତି ପାଣ୍ଡିଆନ । ନିର୍ବାଚନ ସରିଲେ ସେ କିନ୍ତୁ ଧନ୍ୟବାଦ ଦେବାକୁ ଆସିବେ ବୋଲି ପାଣ୍ଡିଆନ ଉପସ୍ଥିତ ଲୋକଙ୍କୁ କହିଥିଲେ ।
ଜନଜାତିଙ୍କ କଳା ସଂସ୍କୃତିର ସୁରକ୍ଷା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି। ଏଥିରେ ଜନଜାତିଙ୍କ ଭାଷା, କଳା, ସଂସ୍କୃତି, ପୂଜାସ୍ଥଳୀ, ଜାହିରା ଆଦିର ବିକାଶ କରାଯାଉଛି। କେଉଁ ରାଜ୍ୟରେ ବି ଏଭଳି ପଦକ୍ଷେପ ନିଆଯାଇନାହିଁ ବୋଲି ସେ କହିଥିଲେ । ଆମ କାମର ହିସାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆପଣଙ୍କ ଅନୁରୋଧରେ ଆମେ ଯେଉଁ ସବୁ କାମ ପାଇଁ ପଦକ୍ଷେପ ନେଇଛୁ, ସେ ସବୁ କାମର ହିସାବ ଦେବା ପାଇଁ ସେ ଆସିଛନ୍ତି ବୋଲି କାର୍ତ୍ତିକ ପାଣ୍ଡିଆନ କହିଥିଲେ।
ସେ କହିଥିଲେ ଯେ, ବିଷମକଟକରେ ୧୬୦ କୋଟି ଟଙ୍କାର କାମ ଚାଲିଛି। ବିଷମକଟକ ଓ ମୁନିଗୁଡା ଏନଏସି ହୋଇଛି, କଲ୍ୟାଣସିଂପୁର ହସ୍ପିଟାଲ ସିଏଚସି ହୋଇଛି, ଡଙ୍ଗରିଆ କନ୍ଧଙ୍କ ପାଇଁ ଘର, ଏସସି ହଷ୍ଟେଲ, ଡ୍ୟାମ ଆଦି ମଞ୍ଜୁର ହୋଇଛି। ସେହିପରି ସଉରା ମନ୍ଦିର ସହିତ ୧୦୦ଟି ମନ୍ଦିର, ମସ୍ଜିଦ, ଚର୍ଚ୍ଚ ପାଇଁ ଅର୍ଥ ମଞ୍ଜୁର ହୋଇଛି।
ଗୁଣୁପୁର ପାଇଁ ୧୩୭୦ କୋଟି ଟଙ୍କାର କାମ ଚାଲିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ କେବଳ ଜଳସେଚନ ପାଇଁ ୧୨୦୦ କୋଟି ଟଙ୍କା ଖର୍ଚ୍ଚ ହେଉଛି। ହରଭଙ୍ଗି ନଦୀ ଓ ବିଶ୍ରା ନାଳି ଉପରେ ଆଡିବନ୍ଧ ଦ୍ବାରା ଜଳସେଚନ କ୍ଷେତ୍ରରେ ବିଶେଷ ଉନ୍ନତି ହେବ। ପାଣ୍ଡିଆନ କହିଥିଲେ ଯେ, ବଡ ବଡ ହସ୍ପିଟାଲକୁ ଗରିବ ଲୋକ, ଜନଜାତି ଭାଇଭଉଣୀ ଯିବା ପାଇଁ ଭୟ କରନ୍ତି, କିନ୍ତୁ ମୁଖ୍ୟମନ୍ତ୍ରୀ ସେ ଭୟ ଦୂର କରିଛନ୍ତି, ଗୁଣୁପୁରର ୮୦,୫୦୦ ପରିବାର ବିଏସକେୱଇ କାର୍ଡ ପାଇଛନ୍ତି। ଗୁଣୁପୁରର ଗୋଟିଏ ଛୋଟ ଝିଅର କ୍ୟାନସର ଚିକିତ୍ସା ପାଇଁ ୯.୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ବର୍ତ୍ତମାନ ସେ ପିଲା ସୁସ୍ଥ ହୋଇଛି ଓ ତା ବାପା ମାଙ୍କ ମୁହଁରେ ହସ ଫୁଟିଛି। ଏ ହେଉଛି ଆମ ମୁଖ୍ୟମନ୍ତ୍ରୀଙ୍କ କାମର ନମୁନା ବୋଲି ପାଣ୍ଡିଆନ କହିଥିଲେ।
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲକ୍ଷ ଲକ୍ଷ ଲୋକ ସ୍ବାସ୍ଥ୍ୟସେବା ପାଉଥିବା ବେଳେ, ବିରୋଧୀ ଏହାକୁ ବନ୍ଦ କରିବାକୁ ଷଡଯନ୍ତ୍ର କରୁଛନ୍ତି । ମିଶନ ଶକ୍ତି କାର୍ଯ୍ୟକ୍ରମକୁ ବି ସେମାନେ ସହିପାରୁ ନାହାନ୍ତି। ତାକୁ ମଧ୍ୟ ବନ୍ଦ କରିବାକୁ ଚାହୁଁଛନ୍ତି। ଜନତା ତାଙ୍କୁ ଉଚିତ ଜବାବ ଦେବେ । ଏଠାରେ ଅନ୍ୟ ଦଳରୁ ଜଣେ ସାଂସଦ ହୋଇଛନ୍ତି । ଗତ ୫ ବର୍ଷ ମଧ୍ୟରେ ସେ କଣ କରିଛନ୍ତି, କେହି ଜାଣନ୍ତି ନାହିଁ ।
ତେଣୁ ଉଭୟ ବିଧାନସଭା ଓ ଲୋକସଭାରେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କୁ ଦୁଇ ଥର ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତକୁ ଟାଣ କରିବାକୁ ପାଣ୍ଡିଆନ ଆହ୍ବାନ ଦେଇଥିଲେ।
ଏହାସହିତ ସେ ରାଜ୍ୟ ସରକାରଙ୍କ ବିଭିନ୍ନ କଲ୍ୟାଣ ଓ ବିକାଶ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ । ସଭାରେ ସାଂସଦ ପ୍ରାର୍ଥୀ କୌଶଲ୍ୟା ହିକକା ଓ ବିଷମକଟକ ବିଧାନସଭା ପ୍ରାର୍ଥୀ ଶ୍ରୀ ଜଗନ୍ନାଥ ସାରକା ଏବଂ ଗୁଣୁପୁର ବିଧାୟକ ପ୍ରାର୍ଥୀ ରଘୁନାଥ ଗମାଙ୍ଗଙ୍କ ସହିତ ବିଜୁ ଜନତା ଦଳର ଅନେକ ନେତା ଅଭିଭାଷଣ ରଖିଥିଲେ ।
Odisha Grapples with Intense Heatwave: 22 Places Record Above 42 Degrees Celsius
Next Articleଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ୧୩ ରାଜ୍ୟର ୮୯ଟି ଆସନରେ ହେବ ଭୋଟିଂ, ରାହୁଲ ଗାନ୍ଧୀ, ଶଶି ଥରୁରଙ୍କ ସହ ମଇଦାନରେ ଅନେକ ବଡ଼ ନେତା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
