News Room Odisha
BREAKING
Odia

ଟ୍ରକ ଧକ୍କାରେ ତିନି ବାଇକ ଆରୋହୀଙ୍କ ମୃତ୍ୟୁ

ସୁନ୍ଦରଗଡ଼ – ଟ୍ରକ ଧକ୍କାରେ ତିନି ବାଇକ୍ ଆରୋହୀ ମୃତ। ସୁନ୍ଦରଗଡ଼ ଜିଲ୍ଲାରେ ଘଟିଛି ଦୁର୍ଘଟଣା। ଭସ୍ମା ଥାନା ଦର୍ଲିପାଲି ଏନଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ୩ଜଣ ଯୁବକ ବାଇକରେ ଆସୁଥିବାବେଳେ ଏନଟିପିସି ନିକଟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ଯୁବକଙ୍କର ମୃତ୍ୟୁ ଘଟିଥିଲା। ଆଉ ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ସୁନ୍ଦରଗଡ [...]

Admin•April 26, 2024
Share Article:

ସୁନ୍ଦରଗଡ଼ – ଟ୍ରକ ଧକ୍କାରେ ତିନି ବାଇକ୍ ଆରୋହୀ ମୃତ। ସୁନ୍ଦରଗଡ଼ ଜିଲ୍ଲାରେ ଘଟିଛି ଦୁର୍ଘଟଣା। ଭସ୍ମା ଥାନା ଦର୍ଲିପାଲି ଏନଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ୩ଜଣ ଯୁବକ ବାଇକରେ ଆସୁଥିବାବେଳେ ଏନଟିପିସି ନିକଟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ଯୁବକଙ୍କର ମୃତ୍ୟୁ ଘଟିଥିଲା। ଆଉ ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ସୁନ୍ଦରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ୩ ମୃତକ ଦର୍ଲିପାଲିର ବୋଲି ଜଣାପଡିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

#Odia#Odisha#News
Share Article:

Related Articles