News Room Odisha
BREAKING
Odia

କଣ୍ଟାବାଞ୍ଜି ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ନବୀନ

ବଲାଙ୍ଗୀର – କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଟିଟିଲାଗଡ ଉପଜିଲ୍ଲାପାଳଙ୍କ ଅଫିସକୁ ଆସି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ। ନବୀନଙ୍କ ନାମାଙ୍କନ ଦାଖଲ ବେଳେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ, ଅନଙ୍ଗ ଉଦୟ ସିଂହଦେଓ ଓ ବିଜେଡିର ଟିଟିଲାଗଡ ବିଧାନସଭା ପ୍ରାର୍ଥୀ ପ୍ରମୁଖ ଉପସ୍ଥିତ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ମଧ୍ୟ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢୁଛନ୍ତି। ଗତ ୩୦ ତାରିଖରେ [...]

Admin•May 2, 2024
Share Article:

ବଲାଙ୍ଗୀର – କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଟିଟିଲାଗଡ ଉପଜିଲ୍ଲାପାଳଙ୍କ ଅଫିସକୁ ଆସି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ। ନବୀନଙ୍କ ନାମାଙ୍କନ ଦାଖଲ ବେଳେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ, ଅନଙ୍ଗ ଉଦୟ ସିଂହଦେଓ ଓ ବିଜେଡିର ଟିଟିଲାଗଡ ବିଧାନସଭା ପ୍ରାର୍ଥୀ ପ୍ରମୁଖ ଉପସ୍ଥିତ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ମଧ୍ୟ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢୁଛନ୍ତି। ଗତ ୩୦ ତାରିଖରେ ନବୀନ ନିଜର ପାରମ୍ପରିକ ହିଞ୍ଜିଳି ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ହିଞ୍ଜିଳିରୁ ଷଷ୍ଠ ଥର ପାଇଁ ନବୀନ ନିର୍ବାଚନ ଲଢୁଛନ୍ତି। ୨୦୧୯ ବିଧାନସଭା ନିର୍ବାଚନରେ ମଧ୍ୟ ମୁଖ୍ୟମନ୍ତ୍ରୀ ଦୁଇଟି ଆସନରେ ଲଢି ବିଜୟୀ ହୋଇଥିଲେ । ହିଞ୍ଜିଳି ଓ ବିଜେପୁର ଆସନରେ ବୃହତ ବ୍ୟବଧାନରେ ଜିତିଥିଲେ ମୁଖ୍ୟମନ୍ତ୍ରୀ। କିନ୍ତୁ ସେ ହିଞ୍ଜିଳି ଆସନ ରଖି ବିଜେପୁର ଆସନ ଛାଡ଼ି ଦେଇଥିଲେ । ପରେ ବିଜେପୁର ଆସନରେ ହୋଇଥିବା ଉପନିର୍ବାଚନରେ ମଧ୍ୟ ବିଜେଡି ବିଜୟୀ ହୋଇଥିଲା।

#Odia#Odisha#News
Share Article:

Related Articles