ରାଉରକେଲାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର: ବିକାଶ ପ୍ରସଙ୍ଗରେ ବିରୋଧୀଙ୍କୁ ପୁଣି ଟାର୍ଗେଟ
ରାଉରକେଲା – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲାରେ ନିର୍ବାଚନ ପ୍ରଚାର। ବିଜେଡି ପ୍ରାର୍ଥୀଙ୍କ ଲାଗି ପ୍ରଚାର କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୁଲାଇ ମାସରୁ ଆଉ ବିଜୁଳି ବିଲ ଦେବାକୁ ପଡିବନି ବୋଲି ଦୋହରାଇଛନ୍ତି। ଏଥିସହ ସେ ବିକାଶ ପ୍ରସଙ୍ଗରେ ବିରୋଧୀ ଦଳକୁ ପୁଣି ଟାର୍ଗେଟ କରିଛନ୍ତି। ନବୀନ କହିଛନ୍ତି ଯେ, ବିରୋଧୀ ଦଳ ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ବିଏସକେୱାଇ, ମିଶନ ଶକ୍ତି, ଲକ୍ଷ୍ମୀ ବସ ଯୋଜନା, ୫-ଟି ସ୍କୁଲ ରୂପାନ୍ତରଣ, [...]
ରାଉରକେଲା – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲାରେ ନିର୍ବାଚନ ପ୍ରଚାର। ବିଜେଡି ପ୍ରାର୍ଥୀଙ୍କ ଲାଗି ପ୍ରଚାର କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୁଲାଇ ମାସରୁ ଆଉ ବିଜୁଳି ବିଲ ଦେବାକୁ ପଡିବନି ବୋଲି ଦୋହରାଇଛନ୍ତି। ଏଥିସହ ସେ ବିକାଶ ପ୍ରସଙ୍ଗରେ ବିରୋଧୀ ଦଳକୁ ପୁଣି ଟାର୍ଗେଟ କରିଛନ୍ତି। ନବୀନ କହିଛନ୍ତି ଯେ, ବିରୋଧୀ ଦଳ ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।
ବିଏସକେୱାଇ, ମିଶନ ଶକ୍ତି, ଲକ୍ଷ୍ମୀ ବସ ଯୋଜନା, ୫-ଟି ସ୍କୁଲ ରୂପାନ୍ତରଣ, ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ, କାଳିଆ ଯୋଜନା, ଚାଉଳ କାର୍ଡ ଭଲ କି ନୁହେଁ ବୋଲି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରି ଜନତାଙ୍କ ମତାମତ ନେଇଥିଲେ। ସୁନ୍ଦରଗଡରେ ବିକାଶର ଧାରାକୁ ଆହୁରି ଆଗେଇ ନେବାକୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି। ଜୁନ ୯ ତାରିଖରେ ବିଜୁଳି ବିଲ ଛାଡ କରିବା ପରେ ମୁଖ୍ୟମନ୍ତ୍ରୀ ବିଏସକେୱାଇ କାର୍ଡ ପାଇନଥିବା ସବୁ ଲୋକଙ୍କୁ କାର୍ଡ ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ସରକାରୀ କର୍ମଚାରୀ, ଆଶା ଦିଦି, ଅଙ୍ଗନୱାଡି କର୍ମୀ ବି ବିଏସକେୱାଇ କାର୍ଡ ପାଇବେ ବୋଲି ସେ କହିଛନ୍ତି ।
ବିଜେଡିର ଉଭୟ ବିଧାନସଭା ଓ ଲୋକସଭା ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅପିଲ କରିଛନ୍ତି ପାଣ୍ଡିଆନ । ଗତ ୨୦ ବର୍ଷ ଧରି ସୁନ୍ଦରଗଡବାସୀ ଜଣଙ୍କୁ ସାଂସଦ ଭାବେ ନିର୍ବାଚିତ କରୁଛନ୍ତି। ତେବେ, ୨୦ ବର୍ଷ ଧରି ସୁନ୍ଦରଗଡ କି ରାଉରକେଲା ପାଇଁ ଆପଣ ନିର୍ବାଚିତ ସାଂସଦ କ’ଣ କରିଛନ୍ତି ବୋଲି ସେ ପ୍ରଶ୍ନ କରିଥିଲେ। ମୁଖ୍ୟମନ୍ତ୍ରୀ ରାଉରକେଲାକୁ ବିଶ୍ବ ଦରବାରରେ ଏକ ନୂଆ ପରିଚୟ ଦେଇଛନ୍ତି। ରାଉରକେଲାରେ ବିଶ୍ବକପ ଆୟୋଜନ ସ୍ବପ୍ନରେ ମଧ୍ୟ ଚିନ୍ତା କରାଯାଇନଥିଲା। କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଏହା ସମ୍ଭବ ହୋଇଛି ବୋଲି ପାଣ୍ଡିଆନ କହିଥିଲେ।
ପେଟ୍ରୋଲ-ଡିଜେଲ ଦର ହ୍ରାସ ରାଉରକେଲାରେ ସୁପର ସ୍ପେଶିଆଲିଟି ହସ୍ପିଟାଲ କରିବାକୁ ବିରୋଧୀ ଦଳର ଘୋଷଣା କେବଳ ଘୋଷଣାରେ ହିଁ ରହିଯାଇଥିବା ବୋଲି ପାଣ୍ଡିଆନ କହିଥିଲେ । ମୁଖ୍ୟମନ୍ତ୍ରୀ କିନ୍ତୁ ସୁନ୍ଦରଗଡରେ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା କରିଛନ୍ତି। ନିର୍ବାଚନ ଆସିଲେ ବିରୋଧୀ ବଡ ବଡ କଥା କୁହନ୍ତି, କାମ କରନ୍ତି ନାହିଁ। ମୁଖ୍ୟମନ୍ତ୍ରୀ କଥା କମ କୁହନ୍ତି, ଅଧିକ କାମ କରନ୍ତି। ସୁନ୍ଦରଗଡରେ ବିକାଶ ଧାରା ଜାରି ରଖିବାକୁ ବିଜେଡିକୁ ଆଶୀର୍ବାଦ କରିବା ପାଇଁ ସମୟ ଆସିଛି ବୋଲି ପାଣ୍ଡିଆନ କହିଥିଲେ ।
ବଲାଙ୍ଗୀରରେ ରାହୁଲଙ୍କ ନିର୍ବାଚନ ପ୍ରଚାର: କହିଲେ କେବଳ ଆରବପତିଙ୍କ ପାଇଁ କାମ କରୁଛି ବିଜେପି ସରକାର
Next Articleସଚିନ ତେନ୍ଦୁଲକରଙ୍କ ଅଙ୍ଗରକ୍ଷୀଙ୍କ ଆତ୍ମହତ୍ୟା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
