ଖଲ୍ଲିକୋଟ ହିଂସାକାଣ୍ଡର ତଦନ୍ତ କରିବ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ
ଭୁବନେଶ୍ୱର – ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନୀ ହିଂସାରେ ଜଣଙ୍କୁ ହତ୍ୟା ଘଟଣାର ତଦନ୍ତ କରିବ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ – ଏସଆଇଟି। ଏସଆଇଟି ହତ୍ୟା ଘଟଣାରେ ସଂପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଫରେନସିକ୍ ପ୍ରମାଣ ସଂଗ୍ରହ କରିବ । ଏସଆଇଟି ୩୦ ଦିନ ମଧ୍ୟରେ ଏହି ମାମଲାରେ ଚାର୍ଜସିଟ୍ ଦାଖଲ କରିବା ସମ୍ଭାବନା ରହିଛି। ଏଣେ ଆଇନ ଶୃଙ୍ଖଳା ପରିସ୍ଥିତିର ତଦାରଖ ପାଇଁ ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଏଡିଜିପି ( [...]
ଭୁବନେଶ୍ୱର – ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନୀ ହିଂସାରେ ଜଣଙ୍କୁ ହତ୍ୟା ଘଟଣାର ତଦନ୍ତ କରିବ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ – ଏସଆଇଟି। ଏସଆଇଟି ହତ୍ୟା ଘଟଣାରେ ସଂପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଫରେନସିକ୍ ପ୍ରମାଣ ସଂଗ୍ରହ କରିବ । ଏସଆଇଟି ୩୦ ଦିନ ମଧ୍ୟରେ ଏହି ମାମଲାରେ ଚାର୍ଜସିଟ୍ ଦାଖଲ କରିବା ସମ୍ଭାବନା ରହିଛି। ଏଣେ ଆଇନ ଶୃଙ୍ଖଳା ପରିସ୍ଥିତିର ତଦାରଖ ପାଇଁ ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଏଡିଜିପି ( ହେଡ୍ କ୍ୱାର୍ଟର୍ସ ) ଆର.କେ ଶର୍ମା ଛତ୍ରପୁରରେ କ୍ୟାମ୍ପ କରିବେ । ନିର୍ବାଚନୀ ପୋଷ୍ଟର ମରାକୁ କେନ୍ଦ୍ରକରି ବୁଧବାର ରାତିରେ ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁରରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା । ଏହି ରାଜନୈତିକ ହିଂସାକାଣ୍ଡରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ହିଂସାକାଣ୍ଡକୁ ଦୃଢ଼ ନିନ୍ଦା କରିଛନ୍ତି।
SIT to Investigate Khallikote Murder Case, Senior IPS Officer RK Sharma to Camp at Chhatrapur
Next Articleସମ୍ବଲପୁରରେ ନବୀନଙ୍କ ପ୍ରଚାର: କେନ୍ଦ୍ରକୁ କଡା ସମାଲୋଚନା, ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନ୍ଙ୍କ ପ୍ରଶ୍ନବାଣ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
