ସମ୍ବଲପୁରରେ ନବୀନଙ୍କ ନିର୍ବାଚନ ପ୍ରଚାର, ଅଇଁଠାପାଲି ସଭାରେ ବିରୋଧୀଙ୍କୁ ଶାଣିତ ଆକ୍ରମଣ
ସମ୍ବଲପୁର – ପଶ୍ଚିମ ଓଡ଼ିଶା ଗସ୍ତରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ଆଜି ଜୋରଦାର ନିର୍ବାଚନ ପ୍ରଚାର କରି ବିଜେଡିକୁ ଆଶୀର୍ବାଦ କରିବା ପାଇଁ ଭୋଟରଙ୍କୁ ଅପିଲ କରିଛନ୍ତି। ସ୍ଥାନୀୟ ଅଇଁଠାପାଲିରେ ଏକ ଜନସଭାକୁ ସମ୍ବୋଧିତ କରିଥିଲେ ମୁଖ୍ୟମନ୍ତ୍ରୀ। ରାଜ୍ୟରେ ସାମଗ୍ରିକ ବିକାଶ ପାଇଁ ବିଜେଡିକୁ ଭୋଟ୍ ଦେବାକୁ ଅପିଲ୍ କରିଛନ୍ତି ନବୀନ। ଏହି ଅବସରରେ ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ମନେ ପକାଇ [...]
ସମ୍ବଲପୁର – ପଶ୍ଚିମ ଓଡ଼ିଶା ଗସ୍ତରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ଆଜି ଜୋରଦାର ନିର୍ବାଚନ ପ୍ରଚାର କରି ବିଜେଡିକୁ ଆଶୀର୍ବାଦ କରିବା ପାଇଁ ଭୋଟରଙ୍କୁ ଅପିଲ କରିଛନ୍ତି। ସ୍ଥାନୀୟ ଅଇଁଠାପାଲିରେ ଏକ ଜନସଭାକୁ ସମ୍ବୋଧିତ କରିଥିଲେ ମୁଖ୍ୟମନ୍ତ୍ରୀ। ରାଜ୍ୟରେ ସାମଗ୍ରିକ ବିକାଶ ପାଇଁ ବିଜେଡିକୁ ଭୋଟ୍ ଦେବାକୁ ଅପିଲ୍ କରିଛନ୍ତି ନବୀନ। ଏହି ଅବସରରେ ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ମନେ ପକାଇ ଦେଇଛନ୍ତି ନବୀନ। ଆସନ୍ତା ଜୁଲାଇରୁ ଲୋକଙ୍କୁ ମୁକ୍ତ ବିଜୁଳି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଜନସଭାରେ କହିଥିଲେ। କ୍ଷମତାକୁ ଆସିଲେ ବିଡ଼ି ଶ୍ରମିକମାନଙ୍କ ପାଇଁ ତାଙ୍କ ସରକାର ଏକ ପ୍ୟାକେଜ ଘୋଷଣା କରିବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।
ତାଙ୍କ ସରକାରର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସଫଳତା ସମ୍ପର୍କରେ କହିଥିଲେ ନବୀନ । ବିଏସକେୱ।ଇ, ମିଶନ ଶକ୍ତି, ୫-ଟି ସ୍କୁଲ ରୂପାନ୍ତରଣ, ଲକ୍ଷ୍ମୀ ବସ୍ ସେବା, ମଧୁବାବୁ ପେନସନ ଯୋଜନା ଓ ମମତା ଯୋଜନାର ଉଦାହରଣ ଦେଇଥିଲେ ମୁଖ୍ୟମନ୍ତ୍ରୀ।
ଜନସଭାରେ ବିରୋଧୀଙ୍କୁ ଜୋରଦାର ଆକ୍ରମଣ କରିଥିଲେ ମୁଖ୍ୟମନ୍ତ୍ରୀ। ବିକାଶ ପ୍ରସଙ୍ଗରେ ବିରୋଧୀ ଦଳ ନେତାମାନେ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଲୋକଙ୍କୁ ମିଛ କହି ଭୁଆଁ ବୁଲାଉଛନ୍ତି ।
Naveen Campaigns Vigorously in Sambalpur
Next ArticleKartik Pandian Throws String of Questions at Union Minister on Development of Sambalpur
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
