ବାତ୍ୟା ନେଇ ଏ ଯାଏଁ ପୂର୍ବାନୁମାନ କରାଯାଇନାହିଁ
ଭୁବନେଶ୍ୱର – ବଙ୍ଗୋପସାଗରରେ ବାତ୍ୟା ନେଇ ଏବେ କୈାଣସି ପୂର୍ବାନୁମାନ କରାଯାଇନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି। ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତି କରିବା ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ଆହୁରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ [...]
ଭୁବନେଶ୍ୱର – ବଙ୍ଗୋପସାଗରରେ ବାତ୍ୟା ନେଇ ଏବେ କୈାଣସି ପୂର୍ବାନୁମାନ କରାଯାଇନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି। ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତି କରିବା ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ଆହୁରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହୋଇପାରେ । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ସମ୍ଭାବନା ରହିଥାଏ। ତେବେ ୨୨ ତାରିଖ ପରେ ହିଁ ଚିତ୍ର ସ୍ପଷ୍ଟ ହେବ ବୋଲି ମନୋରମା କହିଛନ୍ତି। ଏବେ ଭୟ କରିବାର କିଛି ନାହିଁ। ଏ ପର୍ଯ୍ୟନ୍ତ ଆଇଏମ୍ଡି ବାତ୍ୟା ନେଇ କୌଣସି ଆକଳନ କରିନି। ଏବେ ଲଘୁଚାପ ମଧ୍ୟ ସୃଷ୍ଟି ହୋଇନାହିଁ। ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ସେ କହିଛନ୍ତି।
ଏଣେ ଆସନ୍ତା ୨୧ ତାରିଖ ଯାଏଁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୪ ଡିଗ୍ରୀ ଅଧିକ ରହିପାରେ। ଉପକୂଳ ଓଡ଼ିଶାରେ ଦିନ ସମୟରେ ଆର୍ଦ୍ରତା ଅଧିକ ରହୁଥିବା ହେତୁ ଗୁଳୁଗୁଳି ଅନୁଭୁତ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।
No Forecast Made for Cyclone: IMD
Next ArticleNaveen to Hold Mega Roadshow in Bhubaneswar on Monday; Commissionerate Police Issues Traffic Advisory
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
