News Room Odisha
BREAKING
Odia

ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବ ଗିରଫ : ଖୋର୍ଦ୍ଧା ଏସପି

ଖୋର୍ଦ୍ଧା – ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ବିଜେପିର ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ତଥା ଏବର ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଗିରଫ ନେଇ ପ୍ରତିକ୍ରିୟା ରଖିଛନ୍ତି ଖୋର୍ଦ୍ଧା ଏସପି ଅବିନାଶ କୁମାର । ସେ କହିଛନ୍ତି ଯେ, ବୁଥର ସିସିଟିଭି ଯାଞ୍ଚ ହୋଇନି। ସିସିଟିଭି ଫୁଟେଜ୍ ଦେବା ଲାଗି ନିର୍ବାଚନ ଅଧିକାରୀଙ୍କୁ କୁହାଯାଇଛି। କେବଳ ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି ବୋଲି ଖୋର୍ଦ୍ଧା ଏସପି କହିଛନ୍ତି। ନିର୍ବାଚନ ପ୍ରକ୍ରିୟା ପରେ ଯାଞ୍ଚ ହୋଇ [...]

Admin•May 26, 2024
Share Article:

ଖୋର୍ଦ୍ଧା – ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ବିଜେପିର ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ତଥା ଏବର ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଗିରଫ ନେଇ ପ୍ରତିକ୍ରିୟା ରଖିଛନ୍ତି ଖୋର୍ଦ୍ଧା ଏସପି ଅବିନାଶ କୁମାର । ସେ କହିଛନ୍ତି ଯେ,

ବୁଥର ସିସିଟିଭି ଯାଞ୍ଚ ହୋଇନି। ସିସିଟିଭି ଫୁଟେଜ୍ ଦେବା ଲାଗି ନିର୍ବାଚନ ଅଧିକାରୀଙ୍କୁ କୁହାଯାଇଛି। କେବଳ ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି ବୋଲି ଖୋର୍ଦ୍ଧା ଏସପି କହିଛନ୍ତି। ନିର୍ବାଚନ ପ୍ରକ୍ରିୟା ପରେ ଯାଞ୍ଚ ହୋଇ ଏଥିରେ ସେ ସମ୍ପୃକ୍ତି ଥିଲେ କାର୍ଯ୍ୟାନୁଷ୍ଠାନ ହେବ।

ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥରେ ପଶି ବିବାଦୀୟ ନେତା ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍ ଭଙ୍ଗାରୁଜା କରିବା ସହ ପୋଲିଂ କର୍ମଚାରୀଙ୍କୁ ମାରଧର କରିବା ଅଭିଯୋଗ ହୋଇଥିଲା । ଏହି ଅଭିଯୋଗ ପରେ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିଲା । ପରେ ତାଙ୍କୁ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ପ୍ରଶାନ୍ତଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି । ପ୍ରିଜାଇଡିଂ ଅଫିସର ଜ୍ଞାନରଞ୍ଜନ ତ୍ରିପାଠୀଙ୍କ ଅଭିଯୋଗ ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି ।

#Odia#Odisha#News
Share Article:

Related Articles