ଯୁକ୍ତ ଦୁଇ ଫଳ ରିଚେକିଂ ପାଇଁ ଆଜିଠୁ ଆବେଦନ
ଭୁବନେଶ୍ୱର – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ -ସିଏଚ୍ଏସ୍ଇ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ରିଚେକିଂ ପାଇଁ ଆଜିଠାରୁ ଆବେଦନ କରିହେବ । କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ଇଚ୍ଛୁକ ଛାତ୍ରଛାତ୍ରୀମାନେ ଚଳିତ ମାସ ୧୫ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ। ଅନ୍ଲାଇନ୍ରେ ମୂଲ୍ୟାୟନ ହୋଇଥିବା ବିଷୟଗୁଡିକର ସଫ୍ଟ କପି ଆବେଦନକାରୀଙ୍କୁ ମେସେଜ ଓ ମେଲ୍ରେ ଲିଙ୍କ୍ ମାଧ୍ୟମରେ ଜୁନ୍ ୧୦ରୁ ୨୦ ତାରିଖ ମଧ୍ୟରେ ପ୍ରଦାନ କରାଯିବ। ଆବେଦନକାରୀ ଏହି [...]
ଭୁବନେଶ୍ୱର – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ -ସିଏଚ୍ଏସ୍ଇ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ରିଚେକିଂ ପାଇଁ ଆଜିଠାରୁ ଆବେଦନ କରିହେବ । କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ଇଚ୍ଛୁକ ଛାତ୍ରଛାତ୍ରୀମାନେ ଚଳିତ ମାସ ୧୫ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ। ଅନ୍ଲାଇନ୍ରେ ମୂଲ୍ୟାୟନ ହୋଇଥିବା ବିଷୟଗୁଡିକର ସଫ୍ଟ କପି ଆବେଦନକାରୀଙ୍କୁ ମେସେଜ ଓ ମେଲ୍ରେ ଲିଙ୍କ୍ ମାଧ୍ୟମରେ ଜୁନ୍ ୧୦ରୁ ୨୦ ତାରିଖ ମଧ୍ୟରେ ପ୍ରଦାନ କରାଯିବ। ଆବେଦନକାରୀ ଏହି ସମୟ ମଧ୍ୟରେ ଲିଙ୍କ୍ ନପାଇଲେ ବା ଅନ୍ୟ ବୈଷୟିକ ତ୍ରୁଟି ପାଇଁ ୨୨ ତାରିଖ ମଧ୍ୟରେ coechserecheck@gmail.com ରେ ମେଲ୍ କରି ପରୀକ୍ଷା ନିୟନ୍ତ୍ରକଙ୍କ ଦୃଷ୍ଟିକୁ ଆଣିବାକୁ କୁହାଯାଇଛି।
ଅଫ୍ଲାଇନ୍ରେ ମୂଲ୍ୟାୟନ ହୋଇଥିବା ବିଷୟଗୁଡିକର ରେଜଲ୍ଟର ଫଟୋକପି ଆବେଦନକାରୀଙ୍କୁ ପ୍ରଦାନ କରାଯିବ। ରିଚେକିଂ ପାଇଁ ଗୋଟିଏ ବିଷୟ ପ୍ରତି ୨ଶହ ଟଙ୍କା ଫି’ ଧାର୍ଯ୍ୟ କରାଯାଇଛି ।
Odisha Records 7.69 Percent Voter Turnout Till 9 AM
Next Articleରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଦିନ ୧୧ଟା ସୁଦ୍ଧା ମତଦାନ ହାର ୨୨.୯୭ ପ୍ରତିଶତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
