News Room Odisha
BREAKING
Odia

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ପଷ୍ଟୀକରଣ: ଚାଲୁ ରହିଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା

ଭୁବନେଶ୍ୱର – ରାଜ୍ଯରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଚାଲୁ ରହିଛି । ଏହା ବନ୍ଦ ହୋଇନାହିଁ ବୋଲି ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଚାଲୁ ରହିଥିବା ନେଇ ସ୍ବାସ୍ଥ୍ଯ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି। ଏନେଇ ସମ୍ପୃକ୍ତ ଘରୋଇ ହସ୍ପିଟାଲଗୁଡ଼ିକ ସହିତ ବୁଝାମଣାପତ୍ର ବଳବତ୍ତର ରହିଛି। ପ୍ଯାନେଲରେ ଥିବା ହସ୍ପିଟାଲଗୁଡ଼ିକ ପୂର୍ବପରି ବିଏସକେୱାଇ କାର୍ଡଧାରୀଙ୍କୁ ବିନା ବାଧାରେ ଚିକିତ୍ସା ସେବା ଯୋଗାଇ ଦେବାକୁ କୁହାଯାଇଛି। ଏହି [...]

Admin•June 6, 2024
Share Article:

ଭୁବନେଶ୍ୱର – ରାଜ୍ଯରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଚାଲୁ ରହିଛି । ଏହା ବନ୍ଦ ହୋଇନାହିଁ ବୋଲି ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଚାଲୁ ରହିଥିବା ନେଇ ସ୍ବାସ୍ଥ୍ଯ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି। ଏନେଇ ସମ୍ପୃକ୍ତ ଘରୋଇ ହସ୍ପିଟାଲଗୁଡ଼ିକ ସହିତ ବୁଝାମଣାପତ୍ର ବଳବତ୍ତର ରହିଛି। ପ୍ଯାନେଲରେ ଥିବା ହସ୍ପିଟାଲଗୁଡ଼ିକ ପୂର୍ବପରି ବିଏସକେୱାଇ କାର୍ଡଧାରୀଙ୍କୁ ବିନା ବାଧାରେ ଚିକିତ୍ସା ସେବା ଯୋଗାଇ ଦେବାକୁ କୁହାଯାଇଛି। ଏହି ଯୋଜନାରେ ପୂର୍ବଭଳି ସରକାରଙ୍କ ପକ୍ଷରୁ ହସ୍ପିଟାଲଗୁଡିକୁ ଚିକିତ୍ସା ସମ୍ବନ୍ଧୀୟ ଦେୟ ପ୍ରଦାନ ଜାରି ରହିବ।

ମେଡିକାଲକୁ ଆସୁଥିବା ରୋଗୀମାନଙ୍କୁ ଯେପରି କୌଣସି ଅସୁବିଧା ନହୁଏ , ତାହା ନିଶ୍ଚିତ କରିବା ପାଇଁ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତ ୪ ତାରିଖରେ ଏହି ଯୋଜନାରେ ୫ ହଜାର ୮ଶହ ରୋଗୀ ପଞ୍ଜୀକରଣ କରିଥିଲେ। ସେହିପରି ଗତ ୫ ତାରିଖରେ ୫ ହଜାର ୩୮୯ ରୋଗୀ ପଞ୍ଜୀକରଣ କରିଛନ୍ତି। ବିଏସ କେୱ।ଇ ଯୋଜନାକୁ ନେଇ ରୋଗୀମାନେ ଆତଙ୍କିତ ନହେବାକୁ ସ୍ଵାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି ।

#Odia#Odisha#News
Share Article:

Related Articles