ଟି-୨୦ ବିଶ୍ୱକପ: ଇଂଲଣ୍ଡକୁ ହରାଇଲା ଅଷ୍ଟ୍ରେଲିଆ
ବାରବାଡୋସ: ଦିନିକିଆ ବିଶ୍ୱକପରେ ସପ୍ତମ ସ୍ଥାନରେ ରହିଥିବା ଇଂଲଣ୍ଡ ଚଳିତ ଟି-୨୦ ବିଶ୍ୱକପରେ ମଧ୍ୟ ଖରାପ ଆରମ୍ଭ କରିଛି। ବର୍ଷା ଯୋଗୁଁ ସ୍କଟଲ୍ୟାଣ୍ଡ ବିପକ୍ଷ ପ୍ରଥମ ମ୍ୟାଚ୍ ଧୋଇଯିବା ପରେ ଦଳ ଦ୍ୱିତୀୟ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଠାରୁ ୩୬ ରନ୍ରେ ହାରିଯାଇଛି । ଏହି ପରାଜୟ ପରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡ ଟୁର୍ଣ୍ଣାମେଣ୍ଟରୁ ବିଦାୟ ନେବା ଆଶଙ୍କାରେ ରହିଛି। ସୁପର-୮ ପର୍ଯ୍ୟାୟକୁ ଉନ୍ନୀତ ହେବାକୁ ହେଲେ ଇଂଲଣ୍ଡକୁ ପରବର୍ତ୍ତୀ ଦୁଇଟି ମ୍ୟାଚ୍ ଜିତିବାକୁ ପଡ଼ିବ । ବାରବାଡୋସର [...]
ବାରବାଡୋସ: ଦିନିକିଆ ବିଶ୍ୱକପରେ ସପ୍ତମ ସ୍ଥାନରେ ରହିଥିବା ଇଂଲଣ୍ଡ ଚଳିତ ଟି-୨୦ ବିଶ୍ୱକପରେ ମଧ୍ୟ ଖରାପ ଆରମ୍ଭ କରିଛି। ବର୍ଷା ଯୋଗୁଁ ସ୍କଟଲ୍ୟାଣ୍ଡ ବିପକ୍ଷ ପ୍ରଥମ ମ୍ୟାଚ୍ ଧୋଇଯିବା ପରେ ଦଳ ଦ୍ୱିତୀୟ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଠାରୁ ୩୬ ରନ୍ରେ ହାରିଯାଇଛି । ଏହି ପରାଜୟ ପରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡ ଟୁର୍ଣ୍ଣାମେଣ୍ଟରୁ ବିଦାୟ ନେବା ଆଶଙ୍କାରେ ରହିଛି। ସୁପର-୮ ପର୍ଯ୍ୟାୟକୁ ଉନ୍ନୀତ ହେବାକୁ ହେଲେ ଇଂଲଣ୍ଡକୁ ପରବର୍ତ୍ତୀ ଦୁଇଟି ମ୍ୟାଚ୍ ଜିତିବାକୁ ପଡ଼ିବ ।
ବାରବାଡୋସର କେନ୍ସିଙ୍ଗଟନ୍ ଓଭାଲରେ ଶନିବାର ରାତିରେ ଖେଳାଯାଇଥିବା ଏହି ହାଇଭୋଲଟେଜ୍ ମ୍ୟାଚରେ ଇଂଲଣ୍ଡ ଅଧିନାୟକ ଟସ୍ ଜିତି ଅଷ୍ଟ୍ରେଲିଆକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ୍ ହରାଇ ୨୦୧ ରନ୍ କରିଥିଲା। ଅଷ୍ଟ୍ରେଲିଆ ପକ୍ଷରୁ ଡେଭିଡ୍ ଓ୍ବାର୍ଣ୍ଣର ୩୯, ଅଧିନାୟକ ମିଚେଲ ମାର୍ଶ ୩୫, ଟ୍ରାଭିସ୍ ହେଡ୍ ୩୪ ଓ ମାର୍କସ ଷ୍ଟୋଇନିସ୍ ୩୦ ରନ୍ କରିଥିଲେ । ଇଂଲଣ୍ଡ ୨୦୨ ରନର ବିଜୟ ଲକ୍ଷ୍ୟକୁ ପିଛା କରିବାକୁ ଯାଇ ୬ ୱିକେଟ୍ ବିନିମୟରେ ମାତ୍ର ୧୬୫ ରନ୍ କରିବାକୁ ସମର୍ଥ ହୋଇଥିଲା। ଇଂଲଣ୍ଡ ତରଫରୁ କ୍ୟାପଟେନ ଜୋସ ବଟଲର ସର୍ବାଧିକ ୪୨ ରନ୍ କରିଥିବା ବେଳେ ଫିଲ ସଲ୍ଟ ୩୭ ରନ୍ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ଆଡାମ ଜାମ୍ପା ଓ ପ୍ୟାଟ କମିନ୍ସ ୨ଟି ଲେଖାଏଁ ୱିକେଟ୍ ନେଇଥିଲେ।
ଏହି ମ୍ୟାଚ୍ ପରେ ଇଂଲଣ୍ଡ ଗ୍ରୁପ୍ ବିରେ ଚତୁର୍ଥ ସ୍ଥାନରେ ରହିଛି । ଦଳ ପାଖରେ ମାତ୍ର ଗୋଟିଏ ପଏଣ୍ଟ ଥିବାବେଳେ ଅଷ୍ଟ୍ରେଲିଆ ପାଖରେ ୪, ସ୍କଟଲ୍ୟାଣ୍ଡ ୩ ଏବଂ ନାମିବ୍ୟା ୨ ପଏଣ୍ଟ ସହ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି ।
ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ଭେଟ
Next Articleପର୍ଯ୍ୟାୟକ୍ରମେ ରାଜ୍ୟରେ ସକ୍ରିୟ ହେବ ମୋୖସୁମୀ, ଗରମ ଓ ଗୁଳୁଗୁଳି ଜାରି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
