ଆସନ୍ତା ୧୭ରୁ ଖୋଲିବ ସ୍କୁଲ୍, ପରିଷ୍କାର ପରିଚ୍ଛନ୍ନତା ଉପରେ ଗୁରୁତ୍ୱ
ଭୁବନେଶ୍ୱର – ଗ୍ରୀଷ୍ମ ଅବକାଶ ପରେ ରାଜ୍ୟରେ ଚଳିତ ମାସ ୧୭ ତାରିଖରୁ ଖୋଲିବ ସମସ୍ତ ସ୍କୁଲ। ସ୍କୁଲ ଖୋଲିବାର ୭ ଦିନ ଆଗରୁ ସମସ୍ତ ପ୍ରସ୍ତୁତି ଶେଷ ହେବ । ଶ୍ରେଣୀ ଗୃହ,ଶୌଚାଳୟ ସବୁ ପରିଷ୍କାର କରିବାକୁ ସମସ୍ତ ଡିଇଓଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲ ପରିସର, ଶ୍ରେଣୀ ଗୃହ ଭଲ ଭାବେ ସଫାସୁତୁରା କରାଯିବ । ସ୍କୁଲ ପରିସରରେ ଅନାବନା ଘାସ କଟାଯିବ । ଏଥିସହ ମଧ୍ୟାହ୍ନ [...]
ଭୁବନେଶ୍ୱର – ଗ୍ରୀଷ୍ମ ଅବକାଶ ପରେ ରାଜ୍ୟରେ ଚଳିତ ମାସ ୧୭ ତାରିଖରୁ ଖୋଲିବ ସମସ୍ତ ସ୍କୁଲ। ସ୍କୁଲ ଖୋଲିବାର ୭ ଦିନ ଆଗରୁ ସମସ୍ତ ପ୍ରସ୍ତୁତି ଶେଷ ହେବ ।
ଶ୍ରେଣୀ ଗୃହ,ଶୌଚାଳୟ ସବୁ ପରିଷ୍କାର କରିବାକୁ ସମସ୍ତ ଡିଇଓଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲ ପରିସର, ଶ୍ରେଣୀ ଗୃହ ଭଲ ଭାବେ ସଫାସୁତୁରା କରାଯିବ । ସ୍କୁଲ ପରିସରରେ ଅନାବନା ଘାସ କଟାଯିବ । ଏଥିସହ ମଧ୍ୟାହ୍ନ ଭୋଜନ ସାମଗ୍ରୀ ମଧ୍ୟ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାନୀୟ ଜଳକୁ ଗୁରୁତ୍ୱ ଦିଆଯିବ । ସ୍କୁଲ୍ ଖୋଲିବାର ଦିନକ ପୂର୍ବରୁ ପାଚିକା ଓ ସହାୟିକା ଆସିବେ ।
ଖରା ପାଇଁ ଏପ୍ରିଲ ୨୫ ରୁ ସ୍କୁଲ ଛୁଟି କରିଦେଇଥିଲେ ରାଜ୍ୟ ସରକାର । ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ସକାଳୁଆ ହୋଇଥିବା ବେଳେ ଏପ୍ରିଲ ୨୫ ରୁ ସ୍କୁଲ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର ।
Naveen Congratulates Chandrababu Naidu
Next Articleପ୍ରତ୍ୟକ୍ଷ ରାଜନୀତିରୁ ସନ୍ନ୍ୟାସ ଘୋଷଣା କଲେ ଅଚ୍ୟୁତ ସାମନ୍ତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
