News Room Odisha
BREAKING
Odia

ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ନେଲେ ପାଣ୍ଡିଆନ

ଭୁବନେଶ୍ୱର – ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଛନ୍ତି ବିଜେଡି ନେତା ଭି.କେ ପାଣ୍ଡିଆନ। ଏକ ଭିଡିଓ ବାର୍ତ୍ତା ଜରିଆରେ ସେ ନିଜର ଏହି ନିଷ୍ପତ୍ତି ଘୋଷଣା କରିଛନ୍ତି। ବିଧାନସଭା ନିର୍ବାଚନରେ ବିଜେଡିର ପରାଜୟ ପାଇଁ ପାଣ୍ଡିଆନ ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ, ପିଲାଟି ଦିନରୁ ଆଇଏଏସ ଅଫିସର ହୋଇ ଲୋକଙ୍କ ସେବା କରିବା ତାଙ୍କର ସ୍ୱପ୍ନ ଥିଲା । ଆଉ ମହାପ୍ରଭୁଙ୍କ କୃପାରୁ ସେହି ସ୍ୱପ୍ନ ସାକାର [...]

Admin•June 9, 2024
Share Article:

ଭୁବନେଶ୍ୱର – ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଛନ୍ତି ବିଜେଡି ନେତା ଭି.କେ ପାଣ୍ଡିଆନ। ଏକ ଭିଡିଓ ବାର୍ତ୍ତା ଜରିଆରେ ସେ ନିଜର ଏହି ନିଷ୍ପତ୍ତି ଘୋଷଣା କରିଛନ୍ତି। ବିଧାନସଭା ନିର୍ବାଚନରେ ବିଜେଡିର ପରାଜୟ ପାଇଁ ପାଣ୍ଡିଆନ ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ, ପିଲାଟି ଦିନରୁ ଆଇଏଏସ ଅଫିସର ହୋଇ ଲୋକଙ୍କ ସେବା କରିବା ତାଙ୍କର ସ୍ୱପ୍ନ ଥିଲା । ଆଉ ମହାପ୍ରଭୁଙ୍କ କୃପାରୁ ସେହି ସ୍ୱପ୍ନ ସାକାର ହେଲା । ୧୨ ବର୍ଷ ପୂର୍ବେ ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗ ଦେଇଥିଲେ । ନବୀନ ପଟ୍ଟନାୟକଙ୍କ ସହ କାମ କରିବା ଏକ ସମ୍ମାନର ବିଷୟ ବୋଲି ପାଣ୍ଡିଆନ କହିଛନ୍ତି। ନବୀନ ପଟ୍ଟନାୟକଙ୍କଠାରୁ ସେ ଅନେକ କଥା ଶିଖିଛନ୍ତି । ଓଡ଼ିଶାବାସୀଙ୍କ ସ୍ନେହ ଶ୍ରଦ୍ଧା ପାଇଁ ସେ କୃତଜ୍ଞ ବୋଲି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।

#Odia#Odisha#News
Share Article:

Related Articles