ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ଭୁବନେଶ୍ୱର କଡ଼ା ସୁରକ୍ଷା ସହ ଟ୍ରାଫିକ କଟକଣା ଜାରି
ଭୁବନେଶ୍ୱର – ଆସନ୍ତାକାଲି ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ଜନତା ମଇଦାନରେ ହେବ ଶପଥ ଗ୍ରହଣ ସମାରୋହ । ଏଥିରେ ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଯୋଗ ଦେବେ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ଜାରି ହୋଇଛି ଟ୍ରାଫିକ କଟକଣା । ଆସନ୍ତାକାଲି ଅପରାହ୍ନ ୨ଟାରୁ ରାତି ୭ଟା କିମ୍ବା ଶପଥ ଗ୍ରହଣ ସମାରୋହ ସରିବା ଯାଏ ଜୟଦେବ ବିହାରରୁ ନାଲକୋ ଛକ ରାସ୍ତାରେ ଗାଡ଼ି [...]
ଭୁବନେଶ୍ୱର – ଆସନ୍ତାକାଲି ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ଜନତା ମଇଦାନରେ ହେବ ଶପଥ ଗ୍ରହଣ ସମାରୋହ । ଏଥିରେ ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଯୋଗ ଦେବେ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ଜାରି ହୋଇଛି ଟ୍ରାଫିକ କଟକଣା । ଆସନ୍ତାକାଲି ଅପରାହ୍ନ ୨ଟାରୁ ରାତି ୭ଟା କିମ୍ବା ଶପଥ ଗ୍ରହଣ ସମାରୋହ ସରିବା ଯାଏ ଜୟଦେବ ବିହାରରୁ ନାଲକୋ ଛକ ରାସ୍ତାରେ ଗାଡ଼ି ଚଳାଚଳ ମନା। କେବଳ ଗାଡ଼ି ପାସ୍ ଥିବା ବ୍ୟକ୍ତି ସଭା ସ୍ଥଳକୁ ଯାଇ ପାରିବେ। ଅନ୍ୟମାନେ ବିକଳ୍ପ ରାସ୍ତା ବ୍ୟବହାର କରି ପାରିବେ। ଜୟଦେବ ବିହାରରୁ ନାଲକୋ ଛକ ଓ ନାଲକୋ ଛକଠାରୁ ଜୟଦେବ ବିହାର ଛକ ଏବଂ ଏହାକୁ ସଂଯୋଗ କରୁଥିବା ଗଳି ରାସ୍ତା ଦେଇ କୌଣସି ପ୍ରକାରର ଯାନବାହାନ ଯାତାୟତ କରିପାରିବ ନାହିଁ। କଟକ, ଖୋର୍ଦ୍ଧା, ନନ୍ଦନକାନନ ପଟରୁ ଜୟଦେବ ବିହାର ଓ ନାଲକୋ ଛକ ଆସୁଥିବା ଗାଡ଼ି ପାଇଁ ପାର୍କିଂ ବ୍ୟବସ୍ଥା କରାଯାଇଛି। ଶପଥ ଗ୍ରହଣ ସମାରୋହ ପାଇଁ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଭୁବନେଶ୍ୱର ଆସୁଥିବାକୁ କଡ଼ା କଟକଣା ଜାରି କରିଛି କମିଶନରେଟ ପୋଲିସ।
ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ନବୀନଙ୍କୁ ନିମନ୍ତ୍ରଣ କଲା ବିଜେପି
Next ArticleRayagada: Man Succumbs to Diarrhoea, Four More Admitted
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
