News Room Odisha
BREAKING
Odia

୩-୪ ଦିନ ମଧ୍ୟରେ ସମଗ୍ର ରାଜ୍ୟରେ ସକ୍ରିୟ ହୋଇପାରେ ମୋୖସୁମୀ

ଭୁବନେଶ୍ୱର – ରାଜ୍ୟରେ ଆସନ୍ତା ତ ୪ ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ନିସ୍ତାର ମିଳିବ ନାହିଁ। ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ତାପମାତ୍ରା ୨ -୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବୁଧବାର ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରହିଥିଲା। ନୂଆପଡ଼ାରେ ସର୍ବାଧିକ ୪୨.୨ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିଲା। ଏଣେ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୩-୪ ଦିନ ମଧ୍ୟରେ ସକ୍ରିୟ ହେବ ବୋଲି [...]

Admin•June 13, 2024
Share Article:

ଭୁବନେଶ୍ୱର – ରାଜ୍ୟରେ ଆସନ୍ତା ତ ୪ ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ନିସ୍ତାର ମିଳିବ ନାହିଁ। ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ତାପମାତ୍ରା ୨ -୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବୁଧବାର ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରହିଥିଲା। ନୂଆପଡ଼ାରେ ସର୍ବାଧିକ ୪୨.୨ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିଲା। ଏଣେ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୩-୪ ଦିନ ମଧ୍ୟରେ ସକ୍ରିୟ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆଜିଠାରୁ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଜି ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ୱ।ର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

#Odia#Odisha#News
Share Article:

Related Articles