News Room Odisha
BREAKING
Odia

ମୋୖସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ, ୧୭ ଓ ୧୮ରେ ବର୍ଷା ସମ୍ଭାବନା

ଭୁବନେଶ୍ବର – ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଆସନ୍ତା ୧୭ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଥିବାରୁ ଆଗକୁ ସାରା ଓଡ଼ିଶାରେ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଣେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଓ ଉପକୂଳରେ ଅସହ୍ୟ ଗୁଳୁଗୁଳି ଜାରି ରହିଛି । ଶୁକ୍ରବାର ବାରିପଦାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୩.୮ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିଲା। ଆସନ୍ତା [...]

Admin•June 15, 2024
Share Article:

ଭୁବନେଶ୍ବର – ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଆସନ୍ତା ୧୭ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଥିବାରୁ ଆଗକୁ ସାରା ଓଡ଼ିଶାରେ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଣେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଓ ଉପକୂଳରେ ଅସହ୍ୟ ଗୁଳୁଗୁଳି ଜାରି ରହିଛି । ଶୁକ୍ରବାର ବାରିପଦାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୩.୮ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିଲା। ଆସନ୍ତା ୩ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ହ୍ରାସ ପାଇପାରେ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୧୭ରେ ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର ଏବଂ ଝାରସୁଗୁଡ଼ା ଜିଲାରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଏସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜୁନ୍ ୧୮ରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜିଠୁ ୧୭ ପର୍ଯ୍ୟନ୍ତ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ହୋଇପାରେ। ଆଗାମୀ ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ ମାଲକାନଗିରିରୁ କୋରାପୁଟ ଅଗ୍ରସର ହୋଇପାରେ। ସାରା ରାଜ୍ୟକୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

#Odia#Odisha#News
Share Article:

Related Articles