ବିଜେପି ସରକାରର ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ଅର୍ଥ ଓ ଗୃହ ମନ୍ତ୍ରାଳୟ ରଖିଲେ ମୁଖ୍ୟମନ୍ତ୍ରୀ, କନକ ବର୍ଦ୍ଧନଙ୍କୁ କୃଷି, ପ୍ରଭାତୀଙ୍କୁ ମହିଳା ଓ ଶିଶୁ ବିକାଶ ମନ୍ତ୍ରାଳୟ
ଭୁବନେଶ୍ୱର – ରାଜ୍ୟରେ ନୂଆ ବିଜେପି ସରକାର ଶପଥ ନେବାର ଦୁଇ ଦିନ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ହାତରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ମନ୍ତ୍ରାଳୟ ରଖିଛନ୍ତି । ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ମନ୍ତ୍ରାଳୟ ମିଳିଛି। ଅନ୍ୟତମ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମିଳିଛି ମହିଳା [...]
ଭୁବନେଶ୍ୱର – ରାଜ୍ୟରେ ନୂଆ ବିଜେପି ସରକାର ଶପଥ ନେବାର ଦୁଇ ଦିନ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ହାତରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ମନ୍ତ୍ରାଳୟ ରଖିଛନ୍ତି । ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ମନ୍ତ୍ରାଳୟ ମିଳିଛି। ଅନ୍ୟତମ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମିଳିଛି ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରାଳୟ।
କ୍ୟାବିନେଟ ମନ୍ତ୍ରୀଙ୍କ ମଧ୍ୟରେ ସୁରେଶ ପୂଜାରୀ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରାଳୟ ପାଇଛନ୍ତି । ରବି ନାରାୟଣ ନାଏକଙ୍କୁ ଗ୍ରାମ୍ୟ ଉନ୍ନୟନ,ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରାଳୟ ଦିଆଯାଇଛି। ନିତ୍ୟାନନ୍ଦ ଗଣ୍ଡଙ୍କୁ ସ୍କୁଲ ଓ ଗଣଶିକ୍ଷା, ଏସସି, ଏସଟି ଓ ସଂଖ୍ୟାଲଘୁ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରାଳୟ ମିଳିଛି । କୃଷ୍ଣଚନ୍ଦ୍ର ପାତ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ହୋଇଛନ୍ତି। ପୃଥ୍ବୀରାଜ ହରିଚନ୍ଦନଙ୍କୁ ମିଳିଛି ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରାଳୟ । ଡକ୍ଟର ମୁକେଶ ମହାଲିଙ୍ଗ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ହୋଇଛନ୍ତି। ବିଭୂତି ଭୂଷଣ ଜେନାଙ୍କୁ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରାଳୟ ମିଳିଛି। କୃଷ୍ଣଚନ୍ଦ୍ର ମହାପାତ୍ର ଗୃହ ଓ ସହର ବିକାଶ ମନ୍ତ୍ରୀ ହୋଇଛନ୍ତି।
ରାଷ୍ଟ୍ରମନ୍ତ୍ରୀ ( ସ୍ୱାଧୀନ ଦାୟିତ୍ବ)ଙ୍କ ମଧ୍ୟରୁ ଗଣେଶ ରାମ ସିଂ ଖୁଣ୍ଟିଆ-ଜଙ୍ଗଲ ଓ ପରିବେଶ ଏବଂ ଶ୍ରମ ମନ୍ତ୍ରୀ ହୋଇଛନ୍ତି। ସୂର୍ଯ୍ୟବଂଶୀ ସୂରଜ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ହୋଇଛନ୍ତି। ପ୍ରଦୀପ ବଳସାମନ୍ତ ସମବାୟ ଓ ବୟନ ଶିଳ୍ପ ମନ୍ତ୍ରାଳୟ ସମ୍ଭାଳିବେ । ଗୋକାଳୁନନ୍ଦ ମଲ୍ଲିକ ମତ୍ସ୍ୟ ଓ ପଶୁ ସମ୍ପଦ ଓ ସମ୍ପଦ ଚନ୍ଦ୍ର ସ୍ୱାଇଁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ହୋଇଛନ୍ତି।
CM Mohan Majhi Reviews Law and Order Situation
Next Articleଟି-୨୦ ବିଶ୍ୱକପ: ଭାରତ-କାନାଡ଼ା ମ୍ୟାଚ୍ ବାତିଲ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
