ଚମକିଲେ ସୂର୍ଯ୍ୟ, ବୁମ୍ରା: ଆଫଗାନିସ୍ତାନକୁ ହରାଇଲା ଭାରତ
ବାର୍ବାଡୋସ୍: ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ଓ ଯଶପ୍ରୀତ୍ ବୁମ୍ରାଙ୍କ ଘାତକ ବୋଲିଂ ବଳରେ ଆଫଗାନିସ୍ତାନ ବିପକ୍ଷ ଟି୨୦ ବିଶ୍ୱକପ ସୁପର୍-୮ ମ୍ୟାଚକୁ ୪୭ ରନ୍ରେ ଜିତି ନେଇଛି ଭାରତ। ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ଓ୍ବିକେଟ୍ ହରାଇ ୧୮୧ ରନ୍ କରିଥିଲା। ଏହାର ଜବାବରେ ଆଫଗାନିସ୍ତାନ ୨୦ ଓଭରରେ ୧୩୪ ରନ୍ କରି ଅଲ୍ଆଉଟ୍ ହୋଇଯାଇଥିଲା । ଆଫଗାନିସ୍ତାନ ତରଫରୁ ଅଜମତଉଲ୍ଲା ଓମାରଜାଇ ସର୍ବାଧିକ ୨୬ ରନ୍ କରିଥିବା ବେଳେ ନଜିବୁଲ୍ଲା ଜଦ୍ରାନ [...]
ବାର୍ବାଡୋସ୍: ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ଓ ଯଶପ୍ରୀତ୍ ବୁମ୍ରାଙ୍କ ଘାତକ ବୋଲିଂ ବଳରେ ଆଫଗାନିସ୍ତାନ ବିପକ୍ଷ ଟି୨୦ ବିଶ୍ୱକପ ସୁପର୍-୮ ମ୍ୟାଚକୁ ୪୭ ରନ୍ରେ ଜିତି ନେଇଛି ଭାରତ। ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ଓ୍ବିକେଟ୍ ହରାଇ ୧୮୧ ରନ୍ କରିଥିଲା। ଏହାର ଜବାବରେ ଆଫଗାନିସ୍ତାନ ୨୦ ଓଭରରେ ୧୩୪ ରନ୍ କରି ଅଲ୍ଆଉଟ୍ ହୋଇଯାଇଥିଲା । ଆଫଗାନିସ୍ତାନ ତରଫରୁ ଅଜମତଉଲ୍ଲା ଓମାରଜାଇ ସର୍ବାଧିକ ୨୬ ରନ୍ କରିଥିବା ବେଳେ ନଜିବୁଲ୍ଲା ଜଦ୍ରାନ ୧୯ ଓ ଗୁଲବଦିନ ନାଇବ ୧୭ ରନ୍ କରିଥିଲେ। ଆଫଗାନିସ୍ତାନର ୫ ଜଣ ବ୍ୟାଟର ୨ ଅଙ୍କ ଛୁଇଁ ପାରି ନ ଥିଲେ। ଭାରତ ପକ୍ଷରୁ ଯଶପ୍ରୀତ ବୁମ୍ରା ଓ ଅର୍ଶଦୀପ ସିଂ ୩ଟି ଲେଖାଏ ଓ୍ବିକେଟ୍ ନେଇଥିଲେ। କୁଲଦୀପ ଯାଦବ ଦୁଇଟି ଅକ୍ଷର ପଟେଲ, ରବୀନ୍ଦ୍ର ଜାଡେଜା ଗୋଟିଏ ଲେଖାଏ ଓ୍ବିକେଟ୍ ପାଇଥିଲେ।
ପୂର୍ବରୁ ଟସ୍ ଜିତି ଭାରତୀୟ ଅଧିନାୟକ ରୋହିତ ଶର୍ମା ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ରୋହିତ ଶର୍ମା(୮) ଓ ବିରାଟ କୋହଲି(୨୪) ପୁଣି ଥରେ ଫ୍ଲପ ହୋଇଥିଲେ। ରିଷଭ ପନ୍ତ ତୃତୀୟ ସ୍ଥାନରେ ଆସି କିଛି ଆକର୍ଷଣୀୟ ଶଟ୍ ଖେଳିଥିଲେ। ୧୧ ବଲ୍ରୁ ୪ ଚୌକା ସହ ୨୦ ରନ୍ କରି ସେ ରନ୍ ଗତି ବଢାଇଥିଲେ। ଦଳୀୟ ସ୍କୋର ୫୪ରେ ପନ୍ତ ଆଉଟ୍ ହୋଇଥିଲେ। ଏହାର ୨ ଓଭର ମଧ୍ଯରେ ୨୪ ବଲ୍ରୁ ୨୪ ରନ୍ କରିଥିବା ବିରାଟ ମଧ୍ୟ ପ୍ୟାଭିଲିୟନ ଫେରିଥିଲେ। ଟି୨୦ରେ ବିଶ୍ବର ଏକ ନମ୍ବର ବ୍ୟାଟର ସୂର୍ଯ୍ୟକୁମାର କ୍ରମାଗତ ମ୍ୟାଚ୍ରେ ଅର୍ଦ୍ଧଶତକ ହାସଲ କରିବା ସହ ସେ ଭାରତକୁ ଏକ ସମ୍ମାନଜନକ ସ୍କୋରରେ ପହଞ୍ଚାଇଥିଲେ। ଶିବମ ଦୁବେ(୧୦)ଙ୍କ ସହିତ ସେ ୨୮ ରନ୍ ଓ ହାର୍ଦ୍ଦିକ ପାଣ୍ଡ୍ରି (୩୨)ଙ୍କ ସହ ସେ ୬୦ ରନ୍ ଯୋଡିଥିଲେ। ସୂର୍ଯ୍ୟକୁମାର ମାତ୍ର ୨୮ ବଲ୍ ଖେଳି ୫ ଚୌକା ଓ ୩ ଛକା ମାରି ସେ ସ୍କୋର କରିଥିଲେ ୫୩ ରନ୍। ଅନ୍ୟ ପକ୍ଷରେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ ୨୪ ବଲ୍ ଖେଳି ୩୨ ରନ୍ କରିଥିଲେ। ରବୀନ୍ଦ୍ର ଜାଡେଜା ମାତ୍ର ୭ ରନ୍ କରି ଆଉଟ ହୋଇଥିବା ବେଳେ ଅନ୍ତିମ ଓଭରରେ ୬ ବଲ୍ରୁ ୧୨ ରନ୍ କରି ଭାରତୀୟ ସ୍କୋରକୁ ୧୮୧ରେ ପହଞ୍ଚାଇଥିଲେ। ଆଫଗାନିସ୍ତାନ ପକ୍ଷରୁ ସଫଳ ବୋଲର ଭାବରେ ଫଜିଲ୍ଲକ ଫାରୁକି ଓ ରଶିଦ ଖାନ୍ ୩ଟି ଲେଖାଏ ନବୀନ ଉଲ ହକ୍ ଗୋଟିଏ ଓ୍ବିକେଟ୍ ନେଇଥିଲେ।
ଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
Next Articleଟି-୨୦ ବିଶ୍ୱକପ୍: ଡକ୍ଓ୍ବର୍ଥ ଲୁଇସ୍ ନିୟମରେ ବାଂଲାଦେଶକୁ ହରାଇଲା ଅଷ୍ଟ୍ରେଲିଆ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
