ରଥଯାତ୍ରା ନୀତି ନିର୍ଘଣ୍ଟ ଚୂଡାନ୍ତ: ଦିନ ଗୋଟାଏ ୧୦ରେ ପହଣ୍ଡି, ଅପରାହ୍ନ ୫ଟାରେ ରଥ ଟଣା
ପୁରୀ – ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଏ ବର୍ଷ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ୧୯୭୧ ମସିହାରେ ହୋଇଥିବା ନୀତିକାନ୍ତି ଅନୁଯାୟୀ ମହାପ୍ରଭୁଙ୍କ ଘୋଷଯାତ୍ରା ହେବା ପାଇଁ ସ୍ଥିର ହୋଇଛି। ନିଳାଦ୍ରୀ ଭକ୍ତ ନିବାସଠାରେ ବସିଥିବା ଛତିଶା ନିଯୋଗ ବୈଠକରେ ଏ ନେଇ ନିଷ୍ପତ୍ତି ହୋଇଛି। ଆସନ୍ତାମାସ ୭ ତାରିଖରେ ରଥଯାତ୍ରା ହେବ। ରାତି ୨ଟାରେ ମଙ୍ଗଳ ଆଳତୀ ପରେ ବିଭିନ୍ନ ନୀତିକାନ୍ତି [...]
ପୁରୀ – ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଏ ବର୍ଷ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ୧୯୭୧ ମସିହାରେ ହୋଇଥିବା ନୀତିକାନ୍ତି ଅନୁଯାୟୀ ମହାପ୍ରଭୁଙ୍କ ଘୋଷଯାତ୍ରା ହେବା ପାଇଁ ସ୍ଥିର ହୋଇଛି। ନିଳାଦ୍ରୀ ଭକ୍ତ ନିବାସଠାରେ ବସିଥିବା ଛତିଶା ନିଯୋଗ ବୈଠକରେ ଏ ନେଇ ନିଷ୍ପତ୍ତି ହୋଇଛି। ଆସନ୍ତାମାସ ୭ ତାରିଖରେ ରଥଯାତ୍ରା ହେବ। ରାତି ୨ଟାରେ ମଙ୍ଗଳ ଆଳତୀ ପରେ ବିଭିନ୍ନ ନୀତିକାନ୍ତି ହେବ। ସକାଳ ସାଢ଼େ ୭ଟାରୁ ଦିନ ସାଢ଼େ ୧୨ଟା ମଧ୍ୟରେ ସେନାପଟା ଲାଗି ହେବ। ଦିନ ୧୧ଟାରେ ରଥ ପ୍ରତିଷ୍ଠା, ମଙ୍ଗଳାର୍ପଣ ଦିନ ୧ଟାରେ, ୧ ଟା ୧୦ ମିନିଟ୍ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୪ଟାରେ ଗଜପତି ମହାରାଜା ତିନି ରଥରେ ଛେରାପହଁରା କରିବେ। ଅପରାହ୍ନ ୫ଟାରେ ରଥଟଣା ଆରମ୍ଭ ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଏ ନେଇ ସୂଚନା ଦେଇଛନ୍ତି ।
ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଏସପି ପିନାକ ମିଶ୍ର, ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ଓ ଛତିଶା ନିଯୋଗର ସେବାୟତ ପ୍ରତିନିଧିମାନେ ଉପସ୍ଥିତ ଥିଲେ।
ଗଞ୍ଜାମ ଜିଲ୍ଲାରେ ୩୧ % କମ୍ ବର୍ଷା, ତଥାପି ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ଚୂଡ଼ାନ୍ତ
Next Articleଗୀତା ଉପଦେଶ:- ଶାରୀରିକ କର୍ମରେ ସଂଯମ ରକ୍ଷା କରି ଏବଂ ଯୋଗ ଅଭ୍ୟାସ ଦ୍ୱାରା ଦୁଃଖକୁ ଦୂର କରି ପାରିବା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
