News Room Odisha
BREAKING
Odia

ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜା ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ

ଭୁବନେଶ୍ୱର – ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ଆହୁଜାଙ୍କୁ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ନିକଟରେ କେନ୍ଦ୍ରୀୟ ଡେପୁଟେସନ୍‌ରେ ଫେରିଥିଲେ ମନୋଜ ଆହୁଜା । ମନୋଜଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଦୀର୍ଘ ବର୍ଷ ହେଲା କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିଲେ ମନୋଜ ଆହୁଜା । ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ [...]

Admin•June 28, 2024
Share Article:

ଭୁବନେଶ୍ୱର – ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ଆହୁଜାଙ୍କୁ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ନିକଟରେ କେନ୍ଦ୍ରୀୟ ଡେପୁଟେସନ୍‌ରେ ଫେରିଥିଲେ ମନୋଜ ଆହୁଜା । ମନୋଜଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଦୀର୍ଘ ବର୍ଷ ହେଲା କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିଲେ ମନୋଜ ଆହୁଜା । ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଚଳିତ ମାସ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ମନୋଜ ଆହୁଜା ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିବେ।

#Odia#Odisha#News
Share Article:

Related Articles