ଟି-୨୦ ବିଶ୍ୱକପ: ଆଜି ଭାରତ-ଦକ୍ଷିଣ ଆଫ୍ରିକା ଫାଇନାଲ
ବ୍ରିଜଟାଉନ୍ (ବାର୍ବାଡୋସ): ଚଳିତ ଟି-୨୦ ବିଶ୍ୱକପରେ ଶନିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଫାଇନାଲ । ଏହି ଟାଇଟଲ ଲଢ଼େଇ ବାର୍ବାଡୋସର କେନସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବ । ୨୦୦୭ରେ ଚାମ୍ପିୟନ ଓ ୨୦୧୪ରେ ରନର୍ସଅପ୍ ଭାରତ ତୃତୀୟ ଥର ପାଇଁ ଫାଇନାଲ ଖେଳିବାକୁ ଯାଉଛି। ୨୦୧୩ ପରଠାରୁ ଭାରତ ଆଉ କୌଣସି ଆଇସିସି ଟ୍ରଫି ଜିତିବାକୁ ସକ୍ଷମ ହୋଇନାହିଁ I ତେଣୁ ୧୧ ବର୍ଷ ଧରି ଟାଇଟଲ ମରୁଡ଼ିର ଅନ୍ତ ଘଟାଇବା [...]
ବ୍ରିଜଟାଉନ୍ (ବାର୍ବାଡୋସ): ଚଳିତ ଟି-୨୦ ବିଶ୍ୱକପରେ ଶନିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଫାଇନାଲ । ଏହି ଟାଇଟଲ ଲଢ଼େଇ ବାର୍ବାଡୋସର କେନସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବ । ୨୦୦୭ରେ ଚାମ୍ପିୟନ ଓ ୨୦୧୪ରେ ରନର୍ସଅପ୍ ଭାରତ ତୃତୀୟ ଥର ପାଇଁ ଫାଇନାଲ ଖେଳିବାକୁ ଯାଉଛି। ୨୦୧୩ ପରଠାରୁ ଭାରତ ଆଉ କୌଣସି ଆଇସିସି ଟ୍ରଫି ଜିତିବାକୁ ସକ୍ଷମ ହୋଇନାହିଁ I ତେଣୁ ୧୧ ବର୍ଷ ଧରି ଟାଇଟଲ ମରୁଡ଼ିର ଅନ୍ତ ଘଟାଇବା ପାଇଁ ଭାରତ ନିକଟରେ ସୁଯୋଗ ରହିଛି। ଅନ୍ୟପକ୍ଷରେ ଦକ୍ଷିଣ ଆଫ୍ରିକା ପ୍ରଥମଥର ପାଇଁ ଫାଇନାଲରେ ଅବତୀର୍ଣ୍ଣ ହୋଇଛି। ଉଭୟ ଦଳ ଚଳିତ ବିଶ୍ବକପରେ ଅପରାଜେୟ ରହିଛନ୍ତି। ତେଣୁ ଫାଇନାଲ ମ୍ୟାଚ ସଂଘର୍ଷପୂର୍ଣ୍ଣ ହେବା ଆଶା କରାଯାଉଛି ।
ଗତବର୍ଷ ଅନୁଷ୍ଠିତ ଦିନିକିଆ ବିଶ୍ବକପ୍ ପରି ଭାରତର ଟି୨୦ ବିଶ୍ବକପ୍ ଅଭିଯାନ ସମାନ ରହିଛି। ଅର୍ଥାତ୍ ଭାରତ କୌଣସି ମ୍ୟାଚ୍ ନ ହାରି ଭାରତ ଫାଇନାଲ ଖେଳିବାକୁ ଯାଉଛି। ଗତବର୍ଷ ଘରୋଇ ମାଟିରେ ଦିନିକିଆ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ପରାଜୟ ଦଳକୁ ମର୍ମାହତ କରିଥିଲା । ୭ ମାସ ପରେ ଭାରତ ପୁଣି ଏକ ବିଶ୍ବକପ୍ ଫାଇନାଲ ଖେଳିବାକୁ ଥିବାବେଳେ ଏଥର ଆଇସିସି ଟାଇଟଲ୍ ଜିତିବା ସୁଯୋଗକୁ ହାତଛଡ଼ା କରିବାକୁ ଚାହିଁବନି । ଦକ୍ଷିଣ ଆଫ୍ରିକା ଥରେ ମାତ୍ର ଆଇସିସି ଟ୍ରଫି ଜିତିବାକୁ ସକ୍ଷମ ହୋଇଛି। ୧୯୯୮ରେ ଅନୁଷ୍ଠିତ ଆଇସିସି ଚାମ୍ପିୟନ୍ସ ଟ୍ରଫି ଚାମ୍ପିୟନ ହୋଇଥିଲା ଏହି ଦଳ। ତେଣୁ ଦୀର୍ଘ ବର୍ଷର ବ୍ୟବଧାନ ପରେ ଦଳ ପାଇଁ ପୁଣି ସୁଯୋଗ ଆସିଛି। ଗୟାନାରେ ଇଂଲଣ୍ଡକୁ ହରାଇବା ଓପରେ ରୋହିତ ଶର୍ମାଙ୍କ ଦଳ ଆଗାମୀ ମ୍ୟାଚ ପାଇଁ ଫେଭରିଟ୍ ବିବେଚିତ ହେଉଛି। ଏଥର ଭାରତ ବିଶ୍ବକପ ଚାମ୍ପିୟନ ହେଲେ ତାହା ହେବ କୋଚ୍ ରାହୁଲ ଦ୍ରାବିଡଙ୍କ ପାଇଁ ଉପଯୁକ୍ତ ବିଦାୟୀ ଭେଟି। କାରଣ ବିଶ୍ୱକପ ପରେ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେଉଛି। ୨୦୦୭ ଦିନିକିଆ ବିଶ୍ୱକପରେ ଡ୍ରାଭିଡଙ୍କ ନେତୃତ୍ୱରେ ଖେଳିଥିବା ଭାରତୀୟ ଦଳ ଏହି ଓ୍ବେଷ୍ଟଇଣ୍ଡିଜ ମାଟିରେ ଗ୍ରୁପ୍ ପର୍ଯ୍ୟାୟରୁ ବିଦାୟ ନେଇଥିଲା। ଏଥର କୋଚ୍ ଭାବେ ସେହି ମାଟିରେ ଚାମ୍ପିୟନ ହେବା ପାଇଁ ବଡ଼ ଉପଲବ୍ଧି। ଦୀର୍ଘ ୧୦ ବର୍ଷ ବ୍ୟବଧାନରେ ଭାରତ ଟି୨୦ ବିଶ୍ଵକପ ଖେଳିବାକୁ ଯାଉଛି। ଶେଷଥର ପାଇଁ ଭାରତୀୟ ଦଳ ୨୦୧୪ ବିଶ୍ଵକପ ଫାଇନାଲ ଖେଳି ଶ୍ରୀଲଙ୍କା ଠାରୁ ପରାଜିତ ହୋଇଥିଲା। ଫାଇନାଲ ମ୍ୟାଚରେ ବର୍ଷା ବାଧକ ସାଜିବା ସମ୍ଭାବନା ରହିଛି। ଏଭଳି ହେଲେ ରିଜର୍ଭ ଦିବସରେ ମ୍ୟାଚ୍ ଖେଳାଯିବ । ଯଦି ରିଜର୍ଭ ଦିବସ ବି ବର୍ଷାରେ ଧୋଇ ହୋଇଯାଏ, ତେବେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକାକୁ ଯୁଗ୍ମ ବିଜେତା ଘୋଷଣା କରାଯିବ ।
East Coast Railway to operate 315 spl trains for Rath Yatra
Next Articleଶିକ୍ଷକ ଶିକ୍ଷୟିତ୍ରୀଙ୍କୁ କଡ଼ା ତାଗିଦ୍: ବାଇକ୍ ଚଳାଇବା ବେଳେ ହେଲମେଟ୍ ନ ପିନ୍ଧିଲେ ଦରମା ବନ୍ଦ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
